ବାଙ୍ଗାଲୋର : ଆଇପିଏଲ – ୨୦୧୯ରେ ଏପର୍ଯ୍ୟନ୍ତ ବିଜୟର ସ୍ବାଦ ଚାଖି ନ ଥିବା ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ଶୁକ୍ରବାର ପ୍ରଥମ ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇବ। ୩ଟି ମ୍ୟାଚ ଖେଳି ୨ଟି ବିଜୟ ଓ ଗୋଟିଏ ପରାଜୟ ସହିତ ୪ ପଏଣ୍ଟ ପାଇ ୪ର୍ଥ ସ୍ଥାନରେ ଥିବା କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ଦଳ ଆଜି ମ୍ୟାଚ ଖେଳିବ।
ବାଙ୍ଗାଲୋର ବର୍ତ୍ତମାନ ସୁଦ୍ଧା ୪ଟି ମ୍ୟାଚ ଖେଳିଥିଲେ ମଧ୍ୟ କୌଣସି ଗୋଟିଏ ହେଲେ ମ୍ୟାଚ ଜିତି ନାହିଁ । ବିନା ପଏଣ୍ଟରେ ଦଳ ପଏଣ୍ଟ ତାଲିକାର ଶେଷ ସ୍ଥାନରେ ରହିଛି।



