www.samajalive.in
Monday, December 15, 2025
24.1 C
Bhubaneswar

ସେପ୍ଟେମ୍ବର ୧୯ରୁ ଆଇପିଏଲ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ: ଶେଷରେ ବହୁ ପ୍ରତୀକ୍ଷିତ ଆଇପିଏଲ ଟୁର୍ଣ୍ଣାମେଣ୍ଟ ପାଇଁ ସରକାର ସବୁଜସଙ୍କେତ ଦେଇଛନ୍ତି। ୟୁନାଇଟେଡ୍‌ ଆରବ ଏମିରେଟ୍‌ସ(ୟୁଏଇ)ରେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯ରୁ ନଭେମ୍ବର ୮ ମଧ୍ୟରେ ସମସ୍ତ ମ୍ୟାଚ ଆୟୋଜନ କରାଯିବ। ନଭେମ୍ବର ୮ରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଆଇପିଏଲ ଚେୟାରମ୍ୟାନ ବ୍ରିଜେଶ ପଟେଲ ସୂଚନା ଦେଇଛନ୍ତି।

ପଟେଲ କହିଛନ୍ତି, ଆଇପିଏଲ ୨୦୨୦ ପାଇଁ ବିସିସିଆଇ ୟୁଏଇର ୩ଟି ସ୍ଥାନକୁ ଚୂଡ଼ାନ୍ତ କରିଛି। ଦୁବାଇ, ଆବୁଧାବୀ ଏବଂ ଶାରଜାହରେ ଟୁର୍ଣ୍ଣାମେଣ୍ଟର ସମସ୍ତ ମ୍ୟାଚ ଅନୁଷ୍ଠିତ ହେବ। ଭାରତରେ କରୋନା ଭୂତାଣୁ ବ୍ୟାପୁଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି।

- Advertisement -

ସୂଚନାଯୋଗ୍ୟ, ୨୦୨୦ ମାର୍ଚ୍ଚ ୨୯ରୁ ଆଇପିଏଲ ଟୁର୍ଣ୍ଣାମେଣ୍ଟ ଆୟୋଜନ ହେବାର ଥିଲା। କିନ୍ତୁ ଏହା ପୂର୍ବରୁ ଭାରତରେ କରୋନା ଭୂତାଣୁ ବ୍ୟାପିବା ଆରମ୍ଭ କରିବାକୁ ଟୁର୍ଣ୍ଣାମେଣ୍ଟକୁ ସାମୟିକ ଭାବେ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା। କିନ୍ତୁ ଏପ୍ରିଲ ୧୬ରେ ବିସିସିଆଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହାକୁ ସ୍ଥଗିତ କରିଦେଇଥିଲା। କିନ୍ତୁ ୨ଟି ବଡ଼ ଟୁର୍ଣ୍ଣାମେଣ୍ଟ ଏସିଆ କପ୍‌ ଏବଂ ଆଇସିସି ଟି-୨୦ ବିଶ୍ଵକପ୍‌କୁ ବନ୍ଦ କରାଯିବା ପରେ ଆଇପିଏଲ ଟୁର୍ଣ୍ଣାମେଣ୍ଟ ପାଇଁ ବାଟ ଖୋଲିଥିଲା।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories