www.samajalive.in
Friday, December 5, 2025
23.1 C
Bhubaneswar

ଏମ୍‌‌ସରେ ଆଇପିଏସ ଆଶିଷ ସିଂହ, ସ୍ୱାସ୍ଥ୍ୟ ଯାଞ୍ଚ କରିବେ ସ୍ୱତନ୍ତ୍ର ଚିକିତ୍ସା ଦଳ

ଭୁୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ତଥା ଆଇପିଏସ ଅଧିକାରୀ ଆଶିଷ କୁମାର ସିଂହ ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଭୁବନେଶ୍ୱରସ୍ଥିତ ଏମ୍‌‌ସରେ ପହଞ୍ଚିଛନ୍ତି। ତାଙ୍କ ସ୍ୱାସ୍ଥ୍ୟର ସମ୍ପୂର୍ଣ୍ଣ ଯାଞ୍ଚ କରିବା ଲାଗି ଗତ ବୁଧବାର ଭାରତୀୟ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଆଇପିଏସ ସିଂହ ଆଜି ଏମ୍‌‌ସରେ ପହଞ୍ଚିଛନ୍ତି। ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଏମ୍‌‌ସ ନିର୍ଦ୍ଦେଶକଙ୍କ ଦ୍ୱାରା ଏକ ସ୍ୱତନ୍ତ୍ର ମେଡିକାଲ ବୋର୍ଡ ଗଠନ କରାଯାଇଛି। ଏହି ଟିମ୍‌‌ ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ମେ ୩୧ ସୁଦ୍ଧା ନିର୍ବାଚନ ଆୟୋଗଙ୍କୁ ରିପୋର୍ଟ ପ୍ରଦାନ କରିବ।

ସୂଚନାଯୋଗ୍ୟ, ଆଇପିଏସ ଅଧିକାରୀ ଆଶିଷ ସିଂହ ଗତ ମେ ୪ ତାରିଖରୁ ସ୍ୱାସ୍ଥ୍ୟଗତ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ରହିଛନ୍ତି। କିନ୍ତୁ ସେ ବିଜେଡି ପାଇଁ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ନେଇ ବିରୋଧୀଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା।

- Advertisement -

ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଡି.ଏସ. କୁଟ୍ଟେଙ୍କୁ ନିଲମ୍ବନ କରିବା ଲାଗି ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଜାରି କରିଥିଲେ। କୁଟ୍ଟେ ଅନୈତିକ ଭାବେ ନିର୍ବାଚନ ପ୍ରକ୍ରିୟାରେ ହସକ୍ଷେପ କରୁଥିବା ନେଇ ଅଭିଯୋଗ ହେବା ପରେ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଇସିଆଇ ଦର୍ଶାଇଥିଲେ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories