ଡେସ୍କ: ଆଇପିଏସ୍ ଅଧିକାରୀ ପ୍ରବୀଣ ସୁଦଙ୍କୁ ଦୁଇ ବର୍ଷ ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ପରବର୍ତ୍ତୀ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ସୁଦ ଏବେ କର୍ଣ୍ଣାଟକର ପୁଲିସର ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି। ସେ ବର୍ତ୍ତମାନର ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର ଜୈଶୱାଲଙ୍କ ଉତ୍ତରାଧିକାରୀ ହେବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ୧୯୮୬ ବ୍ୟାଚର ଏହି ଆଇପିଏସ ଅଧିକାରୀ ୨୦୨୦ ଜାନୁଆରୀରେ କର୍ଣ୍ଣାଟକର ପୁଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିଲେ।
କେନ୍ଦ୍ର କାର୍ମିକ, ସାଧାରଣ ଅଭିଯୋଗ ଓ ପେନସନ ମନ୍ତ୍ରାଳୟର ନିର୍ଦ୍ଦେଶକ ନୀଳ ମୋହନନ କହିଛନ୍ତି ଯେ ସିବିଆଇ ନିର୍ଦ୍ଦେଶକ ସୁବୋଧ କୁମାର ଜୈଶୱାଲଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଏହି ନିଯୁକ୍ତି ଦିଆଯାଇଛି।



