www.samajalive.in
Monday, December 8, 2025
20.1 C
Bhubaneswar

ଅସ୍ତ୍ରବିରତି ଆଲୋଚନା ମଧ୍ୟରେ ଗାଜା ଉପରେ ଇସ୍ରାଏଲର ଆକ୍ରମଣ, ୧୮ ମୃତ

ଜେରୁଜେଲମ: ଇସ୍ରାଏଲ-ହମାସ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତିକୁ ନେଇ ଆଲୋଚନା ମଧ୍ୟରେ ପୁଣି ଗାଜା ଷ୍ଟ୍ରିପ୍‌ ଉପରେ ଆକ୍ରମଣ କରିଛି ଇସ୍ରାଏଲ। ଏଥିରେ ମହିଳା ଓ ଶିଶୁଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ ୟେମେନର ଇରାନ ସମର୍ଥିତ ହୁତି ବିଦ୍ରୋହୀମାନେ ମଙ୍ଗଳବାର କେନ୍ଦ୍ରୀୟ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛନ୍ତି। ଆକ୍ରମଣ କାରଣରୁ ସାଇରନ୍ ବାଜିଥିଲା ଏବଂ ଲୋକେ ଆତଙ୍କିତ ହୋଇ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ। ତେବେ ଏଥିରେ ପ୍ରାଣହାନୀ ନେଇ କୌଣସି ଖବର ନାହିଁ।

ସ୍ୱାସ୍ଥ୍ୟ ଅଧିକାରୀମାନେ କହିଛନ୍ତି ଯେ, ଗାଜାର କେନ୍ଦ୍ରୀୟ ସହର ଡେର୍ ଅଲ୍-ବଲାହରେ ହୋଇଥିବା ଦୁଇଟି ଆକ୍ରମଣରେ ୨ ଜଣ ମହିଳା ଏବଂ ତାଙ୍କ ୪ ପିଲାଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ୟୁରୋପୀୟ ହସ୍ପିଟାଲ କହିଛି ଯେ, ଦକ୍ଷିଣ ସହର ଖାନ୍ ୟୁନିସରେ ହୋଇଥିବା ଦୁଇଟି ଆକ୍ରମଣରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଅଧିକାରୀଙ୍କ କହିବାନୁସାରେ, ଇସ୍ରାଏଲ୍ ଏବଂ ହାମାସ ମଧ୍ୟରେ ଗତ ଏକ ବର୍ଷ ଧରି ଚାଲିଆସୁଥିବା ଆଲୋଚନା ଏବେ ଅନ୍ତିମ ପର୍ଯ୍ୟାୟରେ ଏବଂ ଖୁବଶୀଘ୍ର ଆକ୍ରମଣ ବନ୍ଦ ହୋଇଯିବ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories