www.samajalive.in
Monday, December 15, 2025
15.1 C
Bhubaneswar

ଈଶ୍ୱର ଚନ୍ଦ୍ର ନାୟକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର : ଚଳିତ ଗୁରୁଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଓଡ଼ିଶାର ଲୋକପ୍ରିୟ ଶିକ୍ଷକ ଈଶ୍ୱର ଚନ୍ଦ୍ର ନାୟକ ‘ଜାତୀୟ ଶିକ୍ଷକ ପୁରସ୍କାର’ ପାଇବେ। ଈଶ୍ବରଚନ୍ଦ୍ର ନାୟକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ପାଇଁ ମନୋନୀତ ହୋଇଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶିକ୍ଷକତା ବୃତ୍ତି ପ୍ରତି ଈଶ୍ବରଚନ୍ଦ୍ର ନାୟକଙ୍କର ନିଷ୍ଠା ଓ ସାମାଜିକ କର୍ତ୍ତବ୍ୟବୋଧର ଉଚ୍ଚପ୍ରଶଂସା କରିଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ ତାଙ୍କର ଉତ୍ତୋରତ୍ତର ଉନ୍ନତି କାମନା କରିବା ସହ ନିମାପଡ଼ା ତଥା ସମଗ୍ର ରାଜ୍ୟ ତାଙ୍କ ପାଇଁ ଗୌରବାନ୍ୱିତ ବୋଲି ଉଲ୍ଲେଖ କରିଛନ୍ତି ।
ଜାତୀୟ ଶିକ୍ଷକ ପୁରସ୍କାର ତାଲିକାରେ ଓଡ଼ିଶାର ଏକମାତ୍ର ଶିକ୍ଷକ ଭାବେ ପୁରୀ ଜିଲା ନିମାପଡ଼ା ବ୍ଲକ୍‌ ଶଗଡ଼ା ପଞ୍ଚାୟତ କନପୁର ପ୍ରାଥମିକ ବିଦ୍ୟାଳୟର ଈଶ୍ୱରଚନ୍ଦ୍ର ନାୟକଙ୍କ ନାମ ମନୋନୀତ ହୋଇଥିବା ଜଣାପଡ଼ିବା ପରେ ସାରା ରାଜ୍ୟରେ ଆନ୍ଦର ଲହରୀ ଖେଳି ଯାଇଛି। ବର୍ତ୍ତମାନ ଶ୍ରୀ ନାୟକ ନିମାପଡ଼ା ବ୍ଲକ ବାଙ୍ଗରୁଷପାଟଣା ଗ୍ରାମର ଈଶ୍ୱର ଚନ୍ଦ୍ର ସଗଡ଼ା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି। ଶ୍ରୀ ନାୟକ ପୂର୍ବରୁ ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ପୁରସ୍କାର ପାଇଛନ୍ତି। ନିକଟରେ ତାଙ୍କର ଲିଖିତ ପୁସ୍ତକକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବହୁ ପ୍ରଶଂସା ମିଳିଛି। ନିଜ ଗ୍ରାମ ବାଙ୍ଗୁରୁଷପାଟଣାରେ ସେ ଷ୍ଟୁଣ୍ଡେଣ୍ଟ ନଲେଜ ସେଣ୍ଟର ଓ ଲାଇବ୍ରେରୀ ପ୍ରତିଷ୍ଠା କରିଛନ୍ତି। ଏହି ନଲେଜ ସେଣ୍ଟରରେ ପ୍ରାଥମିକ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ମାଗଣାରେ କମ୍ପ୍ୟୁଟର ଶିକ୍ଷା ପ୍ରଦାନ କରାଯାଉଛି।
ପ୍ରକାଶଯୋଗ୍ୟ ଯେ ଦେଶର ୪୬ ଜଣ କୃତୀ ଶିକ୍ଷକ ଏହି ଜାତୀୟ ଶିକ୍ଷକ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଶ୍ରୀ ନାୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଗୁରୁ ଦିବସ ପାଳନ ଅବସରରେ ଆସନ୍ତା ସେପ୍ଟେମ୍ବର ୫ ତାରିଖ ଦିନ ଏହି ପୁରସ୍କାର ଗ୍ରହଣ କରିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories