www.samajalive.in
Friday, December 5, 2025
23.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ଆଇଟି ରେଡ

ସମାଜ ଡିଜିଟାଲ ଡେସ୍କ: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି । ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗ ଚଢାଉ କରିଥିବା ସୂଚନା ମିଳିଛି । ଆୟକର ଫାଙ୍କିବା ଅଭିଯୋଗରେ ଚଢାଉ ହୋଇଥିବା କୁହାଯାଉଛି । ତେବେ ଝାରସୁଗୁଡା, ଭୁବନେଶ୍ୱର, ସମ୍ବଲପୁରରେ ସ୍ଥିତ ଘରେ ଚଢାଉ ହେଉଛି । ଗତ କିଛି ମାସ ତଳେ ନବ ଦାସଙ୍କ ଭାଇଙ୍କ ଘରେ ଓ ଅଫିସରେ ଆଇଟି ରେଡ ହୋଇଥିଲା । ଓଡ଼ିଶା ରାଜନୀତିରେ ପ୍ରମୁଖ ବ୍ୟକ୍ତିତ୍ୱ ଥିଲେ ନବ ଦାସ । ପ୍ରଭାବଶାଳୀ ନେତା ଭବେ ପଶ୍ଚିମଓଡ଼ିଶାରେ ସେ ବେଶ ଜଣାଶୁଣା ଥିଲେ । ନବ ଦାସଙ୍କ ଦେହାନ୍ତ ପରେ ଦୀପାଳୀ ଦାସ ତାଙ୍କ ସ୍ଥାନ ନେଇଥିଲେ ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories