www.samajalive.in
Monday, December 15, 2025
16.1 C
Bhubaneswar

ନୂଆପଡ଼ାରେ ବିଜେଡି ନେତାଙ୍କ ଘରେ ଆୟକର ଚଢ଼ାଉ

ସମାଜଲାଇଭ ଡେସ୍କ: ନୂଆପଡ଼ାରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ ଆୟକର(ଆଇଟି) ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୁନେଦ ଗତ ଶୁକ୍ରବାର କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ। ଜୁନେଦଙ୍କ ଘର ସମେତ ଅନ୍ୟ କେତେକ ସ୍ଥାନରେ ଚଢ଼ାଉ ହୋଇଥିବା ଜଣାପଡ଼ିଛି। ତେବେ ରାଜନୈତିକ ମହଲରେ ଏହି ଚଢ଼ାଉକୁ ଭିନ୍ନ ଦୃଷ୍ଟିରେ ଦେଖାଯାଉଛି। ନିର୍ବାଚନ ସମୟରେ ଏପରି ଚଢ଼ାଉକୁ ନେଇ ନାନା ପ୍ରଶ୍ନ ଉଠୁଛି। ଏହା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଏବଂ ନେତାଙ୍କୁ ହଇରାଣ କରିବା ଲାଗି ଶାସକ ଦଳ ସରକାରୀ କଳକୁ ବ୍ୟବହାର କରୁଛି ବୋଲି ବିଜେଡି ଅଭିଯୋଗ କରିଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories