www.samajalive.in
Saturday, December 6, 2025
26.1 C
Bhubaneswar

୨୩ରୁ ପୁଣି ଏକ ଲଘୁଚାପ, ୪ ଦିନ ବର୍ଷିବ

ଭୁବନେଶ୍ବର : ଓଡ଼ିଶା ଉପରେ ଥିବା ଲଘୁଚାପ ପଶ୍ଚିମ ଦିଗରେ ଗତି କରିବା ସହିତ ମଧ୍ୟପ୍ରଦେଶର ପୂର୍ବ-କେନ୍ଦ୍ରାଞ୍ଚଳକୁ ମୁହାଁଇଛି। ଏବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। ତେବେ ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୩ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ଆସନ୍ତା ୨୩ରୁ ୨୬ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରୁ ସୂଚନା ମିଳିଛି।

ଗତ ୫ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ଫଳରେ ବହୁ ଅଞ୍ଚଳ ଜଳମଗ୍ନ ହୋଇଛି। ବନ୍ୟା ପରିସ୍ଥିତି ଉପୁଜି ନଥିଲେ ହେଁ ଅଧିକାଂଶ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ତେବେ ଆସନ୍ତା ୨୩ରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ତିନିରୁ ୪ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ସମୟରେ ବନ୍ୟା ପରିସ୍ଥିତି ଉପୁଜିବାର ସମ୍ଭାବନା ରହିଛି। ଏବେ ନଦୀ ଫୁଲିଥିବାରୁ ଅଧିକ ବର୍ଷା ବନ୍ୟା ସଙ୍କଟ ସୃଷ୍ଟି କରିବାର ଆଶଙ୍କା ରହିଛି। ସେଥିପାଇଁ ରାଜ୍ୟ ସରକାର ଜିଲା ପ୍ରଶାସନକୁ ସଜାଗ ରହିବା ପାଇଁ ନିର୍ଦେଶ ଜାରି କରିଛନ୍ତି।

- Advertisement -

ମୌସୁମି ସକ୍ରିୟ ଥିବା କାରଣରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଆସନ୍ତା ୨୩ରେ ବାଲେଶ୍ବର, ମୟୂରଭଞ୍ଜ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ଦେବଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୪ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ଏବଂ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ମାଲକାନଗିରି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦିଆଯାଇଛି। ତେବେ ୨୫ ଓ ୨୬ରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ଏଥିପାଇଁ ଅଧିକାଂଶ ଜିଲାକୁ ରେଡ଼ ୱାର୍ଣ୍ଣିଂ ଜାରି ହୋଇଛି।

ଆଜି ଓ ୨୩ତାରିଖ ପାଇଁ କୌଣସି ସତର୍କ ସୂଚନା ଜାରି ହୋଇ ନଥିଲେ ହେଁ ୨୪ ଓ ୨୫ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିପାରେ। ତେଣୁ ମତ୍ସ୍ୟଜୀବୀ ଏହି ସମୟରେ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତି ପାଇଁ ସତର୍କ ଓ ସଜାଗ ରହିବା ସହିତ ଆବଶ୍ୟକ ପଡ଼ିଲେ ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ‌ନିର୍ଦେଶ ଦେଇଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories