ଆସୁଛି ଆଉ ଏକ ଲଘୁଚାପ ! ୭ ଜିଲାକୁ ସତର୍କ ସୂଚନା

ଭୁବନେଶ୍ବର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୨୯ ତାରିଖ ସୁଦ୍ଧା ପୂର୍ବ କେନ୍ଦ୍ରୀୟ- ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ୨୮ରୁ ୩୧ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ୨୮ ତାରିଖରେ ପ୍ରବଳ ବର୍ଷା ନେଇ ୭ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୨୯ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ହୋଇଛି । ଏହି ଜିଲାମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

Comments are closed.