www.samajalive.in
Sunday, December 14, 2025
23.1 C
Bhubaneswar

ଗୋପବନ୍ଧୁ ବିଜ୍ଞାନ କନିଷ୍ଠ କଲେଜରେ ଯୁବ ବିକାଶ କାର୍ଯ୍ୟକ୍ରମ

ଆଠଗଡ : ଆଠଗଡର ସର୍ବପୁରାତନ ଗୋପବନ୍ଧୁ ବିଜ୍ଞାନ କନିଷ୍ଠ କଲେଜରେ ସରକାରଙ୍କର ନୂତନ ସମନ୍ୱିତ ଯୁବ ବିକାଶ ଯୋଜନା ସୋମବାର ଉଦ୍‌‌ଘାଟିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡଃ ଲୋକନାଥ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନଗରପାଳ ସସ୍ମିତା ରାଉତ ଯୋଗଦେଇ ଦେଶଗଠନରେ ଯୁବପୀଢିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ସେମାନଙ୍କର ପ୍ରତିଭାର ବିକାଶ ଲାଗି ସରକାରଙ୍କ ଦ୍ୱାରା ପ୍ରଣିତ ଏହି ନୂତନ ଯୋଜନା ସହାୟକ ହେବ ବୋଲି ମତପ୍ରକାଶ କରିଥିଲେ । ଅଧ୍ୟକ୍ଷ ଡଃ ସାହୁ ଏହି ଯୋଜନା ଦ୍ୱାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ରୀଡା, କଳା, ସଂସ୍କୃତି, ସମାଜସେବା ଲାଗି ଥିବା ଅନ୍ତର୍ନିହିତ ପ୍ରତିଭା ବିକଶିତ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ। ବରିଷ୍ଠ ପ୍ରାଧ୍ୟାପକ ପ୍ରତାପ କେଶରୀ ଖାଟୋଇ, ଅଧ୍ୟାପକ ଡଃ ଅଞ୍ଜନ କୁମାର ନନ୍ଦ, ପ୍ରଣବ କୁମାର ଦାସ ପ୍ରମୁଖ ଏହି କାର୍ଯ୍ୟକ୍ରମ ସଂପର୍କରେ ବିସ୍ତୃତ ଭାବେ ବର୍ଣ୍ଣନା କରିଥିଲେ। କଲେଜର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ରହିବା ସହିତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଯୁବ ବିକାଶ କାର୍ଯ୍ୟକ୍ରମର ନୋଡଲ ଅଧିକାରୀ ସୁରେଶ କୁମାର ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

କନିଷ୍ଠ ମହିଳା କଲେଜରେ ଯୁବ ବିକାଶ ଯୋଜନା ଉଦ୍‌‌ଘାଟିତ 

- Advertisement -

ଆଠଗଡସ୍ଥିତ ଗୋପବନ୍ଧୁ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ (କନିଷ୍ଠ କଲେଜ)ରେ ସରକାରଙ୍କର ନୂତନ ସମନ୍ୱିତ ଯୁବ ବିକାଶ ଯୋଜନା ଅନ୍ତର୍ଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପ୍ରତିଯୋଗିତା ସୋମବାର ଉଦ୍‌‌ଘାଟିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା ସଂଯୁକ୍ତା ମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉଦ୍‌‌ଘାଟନୀ ଉତ୍ସବରେ ଏନଏସି ଅଧ୍ୟକ୍ଷା ସସ୍ମିତା ରାଉତ ମୁଖ୍ୟଅତିଥି, ସୁନାମଧନ୍ୟ ଗୀତିକାର ରାଧାନାଥ ଦାସ, ସଂକୀର୍ତ୍ତନ କଳା ଗୁରୁ ତଥା ଜଗନ୍ନାଥ ସଂସ୍କୃତି ପ୍ରବକ୍ତା ଅଜୟ କୁମାର ଦାସ ଓ ସାମ୍ବାଦିକ ସୁଧିରଞ୍ଜନ ଦାଶ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଦ୍‌‌ବୋଧନ ଦେଇଥିଲେ। ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ସରକାରଙ୍କର ଏକ ଅଭିନବ ଯୋଜନା ଯାହାଦ୍ୱାରା ବିଦ୍ୟାର୍ଥୀଙ୍କ ମଧ୍ୟରେ ଥିବା ଲୁକାୟିତ ପ୍ରତିଭା ପ୍ରସ୍ଫୁଟିତ ଓ ବିକଶିତ ହୋଇ ପାରିବ ବୋଲି ଅତିଥିଗଣ ଆଶାବ୍ୟକ୍ତ କରିଥିଲେ। ଅଧ୍ୟକ୍ଷା ଶ୍ରୀମତୀ ମହାପାତ୍ର ସରକାରଙ୍କର ଏହି ନୂତନ ଯୋଜନାର ସଫଳ ରୂପାୟନ ଛାତ୍ରୀ, ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କ ସହଯୋଗରେ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ଯୁବ ବିକାଶ ଯୋଜନାର ନୋଡାଲ ଅଧିକାରୀ ଅଧ୍ୟାପିକା ସ୍ମିତା ମହାପାତ୍ର ଯୋଜନାର ରୂପରେଖ ଓ କାର୍ଯ୍ୟାନ୍ୱୟନ ସଂପର୍କରେ ବିସ୍ତୃତ ବିବରଣୀ ଉପସ୍ଥାପନା କରିଥିଲେ। ଏହି ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନୃତ୍ୟ, ସଂଗୀତ, କ୍ଷୁଦ୍ର ନାଟକ ଓ ଏକାଂକିକା ଆଦି ପ୍ରଦର୍ଶିତ ହୋଇଥିଲା। ସାଂସ୍କୃତିକ କମିଟିର ମୁଖ୍ୟ ଅଧ୍ୟାପିକା ଗାୟତ୍ରୀ ଶତପଥି ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଅଧ୍ୟାପିକା, ଅଧ୍ୟାପକ ଓ ଅଣଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories