www.samajalive.in
Monday, December 15, 2025
14.1 C
Bhubaneswar

ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ୧ଟାରେ ପହଞ୍ଚିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି(ଶୁକ୍ରବାର) ଓଡିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧକ୍ଷ ଜେ.ପି ନଡ୍ଡା । ଆସନ୍ତାକାଲି ଦିନ ୧ ଟାରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ ନଡ୍ଡା । କଟକରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ କରିବେ । ଶନିବାର ପୁରୀରେ ଆୟୋଜିତ ବିଜେପିର ପ୍ରଶିକ୍ଷଣ ଶିବିରରେ ନଡ୍ଡା ଯୋଗ ଦେବେ । ପ୍ରଶିକ୍ଷଣ ଶିବିରରେ ବିଧାୟକ, ସାଂସଦ ଓ ଦଳର ନେତାଙ୍କୁ ଦେବେ ଗୁରୁମନ୍ତ୍ର । ୧୨ ତାରିଖ ସକାଳେ ପୁରୀରେ ବିଜେପିର ପ୍ରଶିକ୍ଷଣ ଶିବିର ଉଦ୍ଘାଟନ କରିବେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଏପ୍ରିଲ ୧୧ ତାରିଖ ସନ୍ଧ୍ୟାରୁ ୧୩ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରଶିକ୍ଷଣ ଶିବିର ଚାଲିବ । ପ୍ରଶିକ୍ଷଣ ଶିବିରରେ ଦଳର ସମସ୍ତ ୧୦୪ ବିଧାୟକ ଏବଂ ସାଂସଦ ଯୋଗ ଦେବେ । ଏହାସହ ୧୧ ତାରିଖ କଟକ ଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇନଷ୍ଟିଟ୍ୟୁଟ ଅଫ ପେଡିଆଟ୍ରିକ୍ସ ନୂଆ ବିଲଡ଼ିଂର ଲୋକାର୍ପଣ କରିବେ । ସୂଚନାଯୋଗ୍ୟ ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ । ଏଥିରେ ୧ କୋଟି ୩ ଲକ୍ଷ ପରିବାର ସାମିଲ ହେବେ । ପୂର୍ବରୁ ପରିବାରକୁ ଗୋଟିଏ କାର୍ଡ ମିଳୁଥିବା ବେଳେ ବର୍ତ୍ତମାନ ପ୍ରତି ସଦସ୍ୟଙ୍କୁ ସ୍ବାସ୍ଥ୍ୟ କାର୍ଡ ମିଳିବ ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories