www.samajalive.in
Friday, December 5, 2025
26.1 C
Bhubaneswar

ଓଡିଶା ଆସୁଛନ୍ତି ନଡ୍ଡା

ଭୁବନେଶ୍ବର : ଆଜି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ସନ୍ଧ୍ୟା ୭ଟା ୫୫ରେ ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବେ। ଆଜି  ପୁରୀଠାରେ ଜାତୀୟସ୍ତରୀୟ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସିଧାସଳଖ ବିମାନ ବନ୍ଦରରୁ ପୁରୀ ଯାଇ ସେଠାରେ ରାତ୍ରିଯାପନ କରିବେ। ୨୮ ତାରିଖ ପୂର୍ବାହ୍ନ ୧୦ଟା ପୁରୀରେ ହେବାକୁ ଥିବା ଜାତୀୟ ସ୍ଵାସ୍ଥ୍ୟ ମିଶନରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡିଛି।
ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟ ସଚିବମାନେ ଯୋଗ ଦେବେ। ଏହି ଅବସରରେ ସଚିବଙ୍କ ସହ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଭାରତରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ପ୍ରଣାଳୀର ୯ତମ ଜାତୀୟ ଶିଖର ସମ୍ମିଳନୀ ଏବଂ ପ୍ରତିକୃତିଯୋଗ୍ୟ ଅଭ୍ୟାସ ତଥା ନବସୃଜନ ଓ ୧୬ତମ ସାଧାରଣ ସମୀକ୍ଷା ମିସନର ରିପୋର୍ଟକୁ ଲୋକାର୍ପିତ କରିବେ। ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଜେ.ପି ନଡ୍ଡା ଗତବର୍ଷ ସେପ୍ଟେମ୍ବର ୨୬ରେ ଓଡ଼ିଶା ଗସ୍ତରେ ଆସିଥିଲେ। ସେତେବେଳେ ତାଙ୍କର ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମ ଥିଲା; କିନ୍ତୁ ଆସନ୍ତା ୨୮ତାରିଖ ଗସ୍ତରେ ତାଙ୍କର ସରକାରୀ କାର୍ଯ୍ୟକ୍ରମ ରହିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories