www.samajalive.in
Sunday, December 14, 2025
23.1 C
Bhubaneswar

ଗିରଫ ହେଲେ ଜଗା ପ୍ରଧାନ, ଆତ୍ମ ସମର୍ପଣ ପରେ ଗିରଫ

ଭୁବନେଶ୍ୱର: ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ କମିଶନରେଟ ପୁଲିସ ଅଭିଯୁକ୍ତ ବିଜେପି ନେତା ତଥା ପରାଜିତ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଛି। ଗୁରୁବାର ରାତିରେ ଜଗନ୍ନାଥ ଭୁବନେଶ୍ଵର ଡିସିପି ଅଫିସରେ ପହଞ୍ଚି ଆତ୍ମସମର୍ପଣ କରିବା ପରେ ପୁଲିସ ତାଙ୍କୁ ଗିରଫ କରିଥିଲା। ଗିରଫ ପରେ ଜଗାଙ୍କୁ ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଥିଲା।

ଡିସିପି ଅଫିସରେ ପହଞ୍ଚିବା ପରେ ଜଗା କହିଥିଲେ ଯେ, ସେ ତଦନ୍ତରେ ସହଯୋଗ କରିବେ। ପୂର୍ବରୁ ଏହି ଘଟଣାରେ ୫ ଜଣ ଗିରଫ ହୋଇଥିଲେ। ସେମାନଙ୍କ ମଧ୍ୟରେ ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମି ମହାପାତ୍ର ଏବଂ ଦେବାଶିଷ ପ୍ରଧାନ ପ୍ରମୁଖ ରହିଥିଲେ। ପୁଲିସ ଏହି ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିଛି।

- Advertisement -

ଅନ୍ୟପଟେ ଜଗା ଡିସିପି କାର୍ଯ୍ୟାଳୟରେ ପହଞ୍ଚିବା ଖବର ପାଇ ତାଙ୍କର ଶତାଧିକ ସମର୍ଥକ ବାଣୀବିହାରଠାରେ ରାସ୍ତାରୋକୋ କରି ପ୍ରତିବାଦ କରିଥିଲେ। ଜଗା ନିର୍ଦୋଷ, ତାଙ୍କୁ କାହିଁକି ଗିରଫ କରାଯିବ ବୋଲି କହି ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ସୋମବାର ଭୁବନେଶ୍ଵର ମହାନଗର ନିଗମ(ବିଏମସି) କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ଚାଲିଥିଲା। ଅତିରିକ୍ତ କମିଶନର ରତ୍ନାକର ସାହୁ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ସମୟରେ ହଠାତ ଶାସକ ଦଳର ଜଣେ କର୍ପୋରେଟର ଜୀବନ ରାଉତ ଏବଂ ତାଙ୍କର କିଛି ସମର୍ଥକ ପହଞ୍ଚି ଅତିରିକ୍ତ କମିଶନର ସାହୁଙ୍କୁ ଘୋଷାଡ଼ି ଘୋଷାଡ଼ି ବାହାରକୁ ଆଣିଥିଲେ। କେବଳ ଏତିକି ନୁହେଁ, ତାଙ୍କୁ ୫/୬ ଜଣ ବ୍ୟକ୍ତି ବିଧା ଗୋଇଠା ମାରି ଚାଲିଥିଲେ। ଯାହା ଅତ୍ୟନ୍ତ ଲଜ୍ଜାଜନକ ଏବଂ ଭୟଙ୍କର ମଧ୍ୟ ଥିଲା।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories