ଭୁବନେଶ୍ବର: ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଗିରଫ ହୋଇଥିବା ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ଖଣ୍ଡଗିରି ଥାନାର ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ଜଗବନ୍ଧୁଙ୍କ ନାଁରେ ୩ଟି ମାମଲା ରୁଜୁ ହୋଇଥିବା ବେଳେ ମାତ୍ର ଗୋଟିଏ ମାମଲାରେ ତାଙ୍କୁ ସର୍ତ୍ତମୂଳକ ଜାମିନ ମିଳିଥିବା ଜଣାପଡ଼ିଛି। ଅପରପକ୍ଷେ, ଜଗବନ୍ଧୁଙ୍କ ନାଁରେ ନୟାପଲ୍ଲୀ ଥାନାରେ ଏକ ମାମଲା ଓ ଇଡି ମାମଲା ମଧ୍ୟ ରହିଛି। ତେବେ ସେ ଜେଲ୍ରୁ ମୁକୁଳିବା ନେଇ କୌଣସି ସୂଚନା ମିଳିନାହିଁ।



