www.samajalive.in
Saturday, December 13, 2025
26.1 C
Bhubaneswar

ଇଭିଏମ୍‌‌ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ନାହିଁ-ଅପରାଜିତା

ଭୁବନେଶ୍ୱର: ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇ ଜେଲ ପଠାଗଲା ବୋଲି ପ୍ରଶ୍ନ କରିଛନ୍ତି। ଯେଉଁ ବୁଥରେ ଇଭିଏମ ଭଙ୍ଗା ଯାଇଥିଲା ସେହି ସ୍ଥାନକୁ ସେ ନିଜେ ଯାଇଥିଲେ। ହେଲେ ସେଠାରେ ଜଣେ ବି କେହି ତାଙ୍କ ବିରୋଧରେ ଅଭିଯୋଗ କରିନାହାଁନ୍ତି। ପ୍ରଶାନ୍ତ ଇଭିଏମ ଭାଙ୍ଗିଥିବା ନେଇ କେହି ବି ଲୋକ ଅଭିଯୋଗ କରିନଥିଲେ। ବୁଥ ପରିସରରେ ଥିବା ସିସିଟିଭି କାହିଁକି ଚେକ୍‌‌ କରାଗଲାନାହିଁ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ଘଟଣା ଦିନର ସିସିଟିଭି ଫୁଟେଜ ଅପରାଜିତାଙ୍କ ହାତରେ ଲାଗିଥିବା କହିଛନ୍ତି। ଠିକ୍‌‌ ସମୟ ଆସିଲେ ସେ ଏହାକୁ ଉନ୍ମୋଚନ କରିବେ। ଏହାସହିତ ପ୍ରଶାନ୍ତ ଜଗଦ୍ଦେବଙ୍କ ଲୋକପ୍ରିୟତାକୁ ଦେଖି ସରକାର ଡରିଗଲେ କି? ତାଙ୍କ ବିରୋଧରେ ଷଡଯନ୍ତ୍ର କରାଯାଇଛି ବୋଲି କହିଛନ୍ତି ଅପରାଜିତା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories