www.samajalive.in
Saturday, December 6, 2025
26.1 C
Bhubaneswar

ଇଭିଏମ୍‌‌ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ନାହିଁ-ଅପରାଜିତା

ଭୁବନେଶ୍ୱର: ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ କେଉଁ ପରିସ୍ଥିତିରେ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇ ଜେଲ ପଠାଗଲା ବୋଲି ପ୍ରଶ୍ନ କରିଛନ୍ତି। ଯେଉଁ ବୁଥରେ ଇଭିଏମ ଭଙ୍ଗା ଯାଇଥିଲା ସେହି ସ୍ଥାନକୁ ସେ ନିଜେ ଯାଇଥିଲେ। ହେଲେ ସେଠାରେ ଜଣେ ବି କେହି ତାଙ୍କ ବିରୋଧରେ ଅଭିଯୋଗ କରିନାହାଁନ୍ତି। ପ୍ରଶାନ୍ତ ଇଭିଏମ ଭାଙ୍ଗିଥିବା ନେଇ କେହି ବି ଲୋକ ଅଭିଯୋଗ କରିନଥିଲେ। ବୁଥ ପରିସରରେ ଥିବା ସିସିଟିଭି କାହିଁକି ଚେକ୍‌‌ କରାଗଲାନାହିଁ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ। ଘଟଣା ଦିନର ସିସିଟିଭି ଫୁଟେଜ ଅପରାଜିତାଙ୍କ ହାତରେ ଲାଗିଥିବା କହିଛନ୍ତି। ଠିକ୍‌‌ ସମୟ ଆସିଲେ ସେ ଏହାକୁ ଉନ୍ମୋଚନ କରିବେ। ଏହାସହିତ ପ୍ରଶାନ୍ତ ଜଗଦ୍ଦେବଙ୍କ ଲୋକପ୍ରିୟତାକୁ ଦେଖି ସରକାର ଡରିଗଲେ କି? ତାଙ୍କ ବିରୋଧରେ ଷଡଯନ୍ତ୍ର କରାଯାଇଛି ବୋଲି କହିଛନ୍ତି ଅପରାଜିତା।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories