www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଥମେ ମମତା ଏବେ ଜଗନ୍ନାଥ, ରାଜ୍ୟସଭା ପାଇଁ ବିଜେପିର ଦୁଇ ପ୍ରାର୍ଥୀଙ୍କ ନାମାଙ୍କନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷ ମୁହୂର୍ତ୍ତରେ ବୁଧବାର ଦେଖିବାକୁ ମିଳିଛି ଏକ ରୋଚକ ଘଟଣା। ଆଜି ପୂର୍ବାହ୍ନରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବାବେଳେ ଅପରାହ୍ନରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ। ସେ ସ୍ଵାଧୀନ ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ବିଜେପି ନେତା ଓ ବିଧାୟକଙ୍କ ଉପସ୍ଥିତିରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଜଗନ୍ନାଥ। ଜଗନ୍ନାଥଙ୍କ ପ୍ରାର୍ଥିତ୍ବ ପାଇଁ ବିଜେପିର ୧୦ ଜଣ ବିଧାୟକ ପ୍ରସ୍ତାବକ ଓ ସମର୍ଥକ ଭାବେ ଦସ୍ତଖତ କରିଥିବା ଜଣାପଡ଼ିଛି। ତେବେ ଜଗନ୍ନାଥଙ୍କ ନାମଙ୍କନ ସମସ୍ତଙ୍କୁ ଚକିତ କରିଛି। ସେ କାହିଁକି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସେନେଇ ପ୍ରଶ୍ନ ଉଙ୍କି ମାରୁଛି।

ସୂଚନାଯୋଗ୍ୟ, ୨୦୨୪ ନିର୍ବାଚନରେ ଭୁବନେଶ୍ୱର ମଧ୍ୟ ଆସନରୁ ବିଧାୟକ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ ଜଗନ୍ନାଥ ପ୍ରଧାନ।

- Advertisement -

 

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories