www.samajalive.in
Sunday, December 7, 2025
15.1 C
Bhubaneswar

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

ପାଟଣା: ପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ସୋମବାର ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଟେଲିଫୋନ ଏକ୍ସଚେଞ୍ଜ ଛକ ନିକଟରୁ ବିଜେଡି କର୍ମୀ ଓ ନିଜ ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି କେନ୍ଦୁଝର ସହକାରୀ ଜିଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପାରମ୍ପରିକ ଆଦିବାସୀ ନୃତ୍ୟ, ଚାଙ୍ଗୁ ଓ ଢୋଲ ବଜାଇ ନାଚ ଗୀତର ଆସର ଜମିଥିଲା । ଏକ ସୁସଜ୍ଜିତ ଗାଡିରେ ଯୋଡ ହସ୍ତରେ ବିରାଟ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେରେ ପହଞ୍ଚିଥିଲେ । ବିଜେଡିର ଏହି ଶୋଭାଯାତ୍ରାରେ କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୁର୍ମୁ, ପାଟଣା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଡ. ହରିଶ୍ ଚୌଧୁରୀ, ସଦର ବିଜେଡି ବିଧାୟକ ପ୍ରାର୍ଥୀ ମୀନା ମାଝି, ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକଙ୍କ ସମେତ ଅନେକ ନେତୃବୃନ୍ଦ ଉପସ୍ଥିତ ଥିଲେ । ବିଧାୟକ ପ୍ରାର୍ଥୀ ତାଙ୍କ ପ୍ରତିକ୍ରିୟାରେ ନବୀନ ପଟ୍ଟନାୟକଙ୍କ ବିକାଶଧାରାକୁ ପାଥେୟ କରି ନିର୍ବାଚନ ବୈତରଣୀ ପାର ହେବେ ବୋଲି କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories