www.samajalive.in
Sunday, December 7, 2025
23.1 C
Bhubaneswar

ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ: ଗୁରୁବାର ରାତି ସୁଦ୍ଧା ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିର ଚତୁଃପାଶ୍ୱର୍ ପରିକ୍ରମା ମାର୍ଗ ନିର୍ମାଣର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଙ୍ଗଳବାର ପୁଣି ଥରେ ସମୀକ୍ଷା କରିଥିଲେ। ଯଜ୍ଞ ସ୍ଥଳ, ଯାତ୍ରୀ ପରିକ୍ରମା ଚତୁଃପାଶ୍ୱର୍ ଓ ଶ୍ରୀମାର୍ଗ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ଅନୁଧ୍ୟାନ ପରେ ଗୁରୁବାର ରାତି ସୁଦ୍ଧା ନିର୍ମାଣ କାର୍ଯ୍ୟ ଶେଷ କରି ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର ପାଇଁ ଓଡ଼ିଶା ସେତୁ ଓ ନିର୍ମାଣ ନିଗମକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରଦ୍ୱାର ସମ୍ମୁଖରେ ଚାଲିଥିବା ଯଜ୍ଞ ମଣ୍ଡପ ଏବଂ ସଭା ମଣ୍ଡପ ନିର୍ମାଣସ୍ଥଳ ପରିଦର୍ଶନ କରିଥିଲେ ମୁଖ୍ୟ ଶାସନ ସଚିବ। ଶ୍ରୀଜଗନ୍ନାଥ ବଲ୍ଲଭ ମଠରୁ ଶ୍ରୀମନ୍ଦିର ଦୋଳବେଦୀ କୋଣ ପର୍ଯ୍ୟନ୍ତ ଶ୍ରୀଦାଣ୍ଡ ନିର୍ମାଣ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଶ୍ରୀ ଜେନା ଆଲୋଚନା କରିଥିଲେ। ଆସନ୍ତା ୧୬ ତାରିଖ ସୁଦ୍ଧା ଶ୍ରୀଦାଣ୍ଡ ଏବଂ ଶ୍ରୀସେତୁ ସମୂର୍ଣ୍ଣ କାର୍ଯ୍ୟକ୍ଷମ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ୧୭ ତାରିଖ ପରିକ୍ରମା ମାର୍ଗ ଲୋକାର୍ପଣ ଦିନ ଭକ୍ତମାନେ ଏହି ଦୁଇଟି ରାସ୍ତା ଦେଇ ଯାତାୟାତ କରିବେ। ଅନୁଧ୍ୟାନ ସମୟରେ ଜିଲାପାଳ ସମର୍ଥ ବର୍ମା, ଉପ ଜିଲାପାଳ ଭବତାରଣ ସାହୁ, ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାତ କୁମାର ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି କୁହାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories