www.samajalive.in
Sunday, December 7, 2025
23.1 C
Bhubaneswar

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ଜଗଦୀପ ଧନଖଡ଼

ନୂଆଦିଲ୍ଳୀ: ଦେଶର ଚତୁର୍ଦ୍ଧଶ ଉପରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଜଗଦୀପ ଧନଖଡ଼ । ରାଷ୍ଟ୍ରପତି ଭବନରେ ଜଗଦୀପ ଧନଖଡ଼ଙ୍କୁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥପାଠ କରାଇଛନ୍ତି । ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।  ସୂଚନା ଥାଉକି ଗତ ୬ ତାରିଖରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ବିରୋଧୀ ଦଳର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗେଟ୍ ଆଲଭାଙ୍କୁ ପରାସ୍ତ କରିଥିଲେ ।

ଜଗଦୀପ ଧନଖଡ଼ ତାଙ୍କର ରାଜନୈତିକ କ୍ୟାରିୟର ଜନତା ଦଳରୁ ଆରମ୍ଭ କରିଥିଲେ । ୧୯୮୯ରେ ଧନଖଡ଼ ସାଂସଦ ହୋଇଥିଲେ । ପରେ ପରେ ଧନଖଡ଼ କେନ୍ଦ୍ର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ସମ୍ଭାଳିଛନ୍ତି । ୧୯୯୧ରେ ଯେତେବେଳେ ଜନତା ଦଳ ଲୋକସଭା ପାଇଁ ତାଙ୍କ ଟିକେଟ୍‌ କାଟିଥିଲା । ସେତେବେଳେ ସେ କଂଗ୍ରେସରେ ସାମିଲ ହୋଇଥିଲେ । ୧୯୯୩ ମସିହାରେ କଂଗ୍ରେସରୁ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ପରେ ୨୦୦୩ ମସିହାରେ ଧନଖଡ଼ ବିଜେପିରେ ସାମିଲ ହୋଇଥିଲେ । ୨୦୧୯ରେ ଜଗଦୀପ ଧନଖଡ଼ ପଶ୍ଚିମବଙ୍ଗ ରାଜ୍ୟପାଳ ଭାବେ ଦାୟିତ୍ୱ ସମ୍ଭାଳିଲେ । ଆଉ ବର୍ତ୍ତମାନ ୨୦୨୨ରେ ତାଙ୍କୁ ବିଜେପି ଉପରାଷ୍ଟ୍ରପତି ଭାବେ ପ୍ରାର୍ଥୀ କରିଥିଲା । ବିଜୟ ହୋଇ ଉପରାଷ୍ଟ୍ରପତି ହୋଇଛନ୍ତି ଜଗଦୀପ ଧନଖଡ଼ ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories