www.samajalive.in
Friday, December 12, 2025
15.1 C
Bhubaneswar

କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି ବଦଳାଇଲେ ଜଗନ୍ନାଥ, କରିବେ ଇସ୍ତଫା ପ୍ରତ୍ୟାହାର

ଭୁବନେଶ୍ଵର : ଇସ୍ତଫା ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଜଗନ୍ନାଥ ପ୍ରଧାନ ନିଜର ଇସ୍ତଫା ନେଇ ନିଷ୍ପତ୍ତି ବଦଳାଇଥିବା ଜଣାଯାଇଛି । ଗତକାଲି ଜଗନ୍ନାଥ ପ୍ରଧାନ ବିଜେପିରୁ ଇସ୍ତଫା ଦେଇଥିଲେ । ଭୁବନେଶ୍ୱର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ସେ ଇସ୍ତଫା ଦେଇଥିଲେ ବୋଲି ସୂଚନା ମିଳିଥିଲା । ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଜଗନ୍ନାଥ ପ୍ରଧାନ ନିଜର ଇସ୍ତଫା ନେଇ ନିଷ୍ପତ୍ତି ବଦଳାଇଥିବା ଜଣାଯାଇଛି ।

ସୂଚନାଯୋଗ୍ୟ ଗତକାଲି ରାଜ୍ୟ ବିଜେପି ସଭାପତିଙ୍କୁ ଚିଠି ଲେଖି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଜଗନ୍ନାଥ ପ୍ରଧାନ । ଦଳପାଇଁ ସମୟ ଦେଇପାରୁନଥିବା ଉଲ୍ଲେଖ କରି ପାର୍ଟି ଛାଡ଼ିଥିଲେ ଜଗନ୍ନାଥ । ତେବେ ଗତ ୨୦୧୯ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ‘ମଧ୍ୟ’ ନିର୍ବାଚନ ମଣ୍ଡଳୀରୁ ଦଳୀୟ ଟିକେଟରେ ଲଢ଼ି ପରାଜିତ ହୋଇଥିଲେ ଜଗନ୍ନାଥ ପ୍ରଧାନ । ଭୁବନେଶ୍ୱରରେ ଯେତେ ବିଜେପି ନେତା ଅଛନ୍ତି ସମସ୍ତଙ୍କ ଠାରୁ ଜଗାନ୍ନାଥଙ୍କ ସାଂଗଠନିକ ଦକ୍ଷତା ବେଶ ସୁଦୃଢ଼ ଥିଲା । ତାଙ୍କର ସାଂଗଠନିକ ଦକ୍ଷତା ପାଇଁ ଅତୀତରେ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ଗତ ନିର୍ବାଚନରେ ମଧ୍ୟ ସେ ବିଜେପି ପ୍ରାର୍ଥୀ ହୋଇ କଡ଼ା ଟକ୍କର ଦେଇଥିଲେ । ସାଂଗଠନିକ ଦକ୍ଷତା କାରଣରୁ ସେ ଦଳରେ ବେଶ ଲୋକପ୍ର୍ରିୟ ଥିଲେ । ତେବେ କେତେକ ବିଜେପି ନେତାଙ୍କ ସହ ତାଙ୍କର ମତଭେଦ ଥିଲା । ଅତୀତରେ ମତଭେଦ ଗଣ୍ଡଗୋଳର ରୂପ ମଧ୍ୟ ନେଇଥିଲା । ତଥାପି ଜଗନ୍ନାଥ ଦିନରାତି ବିଜେପିରେ ହିଁ ସଂଗଠନ କରୁଥିଲେ । ମଧ୍ୟ ନିର୍ବାଚନମଣ୍ଡଳୀର ବିଜେପି ମୋଟାମୋଟି ଭାବେ ତାଙ୍କରି କବଜାରେ ହିଁ ଥିଲା । ତେବେ ଗତକାଲି ଭୁବନେଶ୍ୱର ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ସେ ଇସ୍ତଫା ଦେଇଥିଲେ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories