ଜୟପୁର : ରାଜସ୍ଥାନରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଏକ ବସ୍ ଅନିୟନ୍ତ୍ରିତ ହୋଇ ରେଳ ଧାରଣାରେ ଓଲଟି ପଡି ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ୨୪ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣା ୨୧ ନମ୍ବର ଜାତୀୟ ରାଜପଥରେ ଦୋଉସାର କଲେକ୍ଟରେଟ ନିକଟରେ ଘଟିଛି।
ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଟ୍ରେନ୍ ଚଳାଚଳ ବନ୍ଦ ରଖାଯାଇଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।



