www.samajalive.in
Monday, December 8, 2025
13.1 C
Bhubaneswar

ପାକିସ୍ତାନ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବେ। ଶଂଘାଇ ସହଯୋଗ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିବେ ଜୟଶଙ୍କର। ଗତ ଅନେକ ବର୍ଷ ଧରି ଉଭୟ ଦେଶ ଭିତରେ ତିକ୍ତତା ମଧ୍ୟରେ ଭାରତରୁ ପାକିସ୍ତାନକୁ ଏହା ପ୍ରଥମ ଉଚ୍ଚସ୍ତରୀୟ ଗସ୍ତ ହେବ।

ଇସଲାମାବାଦରେ ପହଞ୍ଚିବା ପରେ ଏସସିଓ ସଦସ୍ୟ ଦେଶମାନଙ୍କୁ ସ୍ୱାଗତ କରିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫଙ୍କ ଦ୍ୱାରା ଆୟୋଜିତ ସ୍ବାଗତ ଭୋଜିରେ ଯୋଗଦେବେ ଜୟଶଙ୍କର। ତେବେ ଏହି ଗସ୍ତ ଅବସରରେ ଜୟଶଙ୍କର ଏବଂ ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି। ପ୍ରାୟ ୯ ବର୍ଷ ପରେ ଭାରତର ବୈଦେଶିକ ମନ୍ତ୍ରୀ ପାକିସ୍ତାନ ଗସ୍ତ କରିବେ। ଏହାପୂର୍ବରୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ସୁଷମା ସ୍ୱରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ମସିହା ଡିସେମ୍ବର ମାସରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଗସ୍ତ କରିଥିଲେ।

- Advertisement -

 

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories