www.samajalive.in
Friday, December 5, 2025
23.1 C
Bhubaneswar

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର: ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମୃତକ ଅର୍ଜୁନ୍ ନାୟକ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ମଙ୍ଗଳବାର ବିଳମ୍ବିତ ରାତିରେ ଟ୍ରାକ୍ଟରଟି ନଦୀରୁ ବାଲି ନେଇ ଅନଲୋଡ୍ କରି ଫେରୁଥିଲା। ଏତିକି ବେଳେ ନଦୀ ବନ୍ଧ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ୍ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ଗୁରୁତରଙ୍କୁ ଉଦ୍ଧାର କରି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories