www.samajalive.in
Saturday, December 13, 2025
23.1 C
Bhubaneswar

ଜିଲା ପ୍ରଶାସନ ପକ୍ଷରୁ ବିଂଝାରପୁର ବ୍ଳକ କାର୍ୟ୍ୟାଳୟରେ ମିଳିତ ଅଭିଯୋଗ ଶୁଣାଣୀ

ଯାଜପୁର: ଜିଲା ପ୍ରଶାସନ ପକ୍ଷରୁ ବିଂଝାରପୁର ବ୍ଲକ କାର୍ୟ୍ୟାଳୟରେ ଜିଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭିନୀତ ଅଗ୍ରୱାଲଙ୍କ ଦ୍ୱାରା ଜିଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଜନ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲାପାଳ(ରାଜସ୍ୱ) ଡ.ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ ଅଶୋକ କୁମାର ବେଉରିଆ, ଡେପୁଟି କଲେକ୍ଟର ନବ କିଶୋର ନାୟକ, ବିଡିଓ ବିଂଝାରପୁର ମିନତି ଜଗଦେବଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଏବଂ ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

ଆଜିର ଅଭିଯୋଗ ପ୍ରକୋଷ୍ଠକୁ ସମୁଦାୟ ୫୧ ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୪୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୩ ଗୋଟି ଅଭିଯୋଗ ଥିବାବେଳେ ଜିଲ୍ଳ୍ା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୧ ଗୋଟି ଅଭିଯୋଗ ଥିଲା । ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଯୋଗ ସ୍ଥଳରେ ୦୭ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ।

- Advertisement -

ପ୍ରକାଶ ଥାଉ କି ମାର୍ଚ୍ଚ ୨୭ ତାରିଖ ସୋମବାର ବରୀ ବ୍ଲକ କାର୍ୟ୍ୟାଳୟରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ୟ୍ୟନ୍ତ ଅନୁଷ୍ଠିତ ହେବ। ବରୀ ବ୍ଳକର ଜନସାଧାରଣମାନେ ନିଜ ନିଜର ଆପତ୍ତି ଅଭିଯୋଗ ଥିଲେ ନିର୍ଦ୍ଧାରିତ ସମୟ ଓ ସ୍ଥାନରେ ଊପସ୍ଥିତ ରହି ସମାଧାନ କରିବାକୁ ଜିଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories