www.samajalive.in
Saturday, December 6, 2025
16.1 C
Bhubaneswar

ସ୍ମିତାରାଣୀ ମୃତ୍ୟୁ ମାମଲା; ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେପି ମହିଳା ମୋର୍ଚ୍ଚା

ଯାଜପୁର: ଯାଜପୁର ହରିଦାସପୁର ପଞ୍ଚାୟତ ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ମୃତ୍ୟୁ ଘଟଣାରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ କରାଯାଇଛି। ଯାଜପୁର କିଆନାଳୀ ଛକରୁ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ଶୋଭାଯାତ୍ରା ବାହାରିଛି। ଯାଜପୁର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ବବିତା ମଲ୍ଲିକଙ୍କ ନେତୃତ୍ବରେ ଶୋଭାଯାତ୍ରାରେ ଶତାଧିକ ମହିଳା କର୍ମୀ ସାମିଲ ହୋଇଛନ୍ତି। ସ୍ମିତାରାଣୀ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ, ଯାଜପୁର ଏସପି ଚରଣ ସିଂ ମୀନା ଓ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କ ବହିଷ୍କାର ଦାବିରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୧୬ତାରିଖ ହରିଦାସପୁର ପଞ୍ଚାୟତ ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଥିଲା। ସରପଞ୍ଚ ସ୍ବାମୀ ରୂପେସ୍ ଭଦ୍ରଙ୍କ ଗେଷ୍ଟହାଉସ୍ ରୁ ସ୍ମିତାରାଣୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତ ରୂପେଶ ଭଦ୍ର ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିଲେ। ମାନ୍ୟବର ଚଣ୍ଡିଖୋଲ ଜେଏମଏଫସି କୋର୍ଟ ରୁପେଶଙ୍କ ଜାମିନକୁ ନାମଞ୍ଜୁର କରି ଯାଜପୁର ରୋଡ ସବଜେଲକୁ ପଠାଇଥିଲେ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories