www.samajalive.in
Wednesday, December 10, 2025
26.1 C
Bhubaneswar

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଚାନକ ସ୍କୁଲ ପରିଦର୍ଶନ

ଯାଜପୁର : ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ମଙ୍ଗଳବାର ଅଚାନକ ଯାଜପୁର ଜିଲା ବଡ଼ଚଣା ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ବଡ଼ଚଣା ଶିକ୍ଷା ମଣ୍ଡଳାଧିଶଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ମନ୍ତ୍ରୀଙ୍କ ଗସ୍ତ ସମୟରେ ବ୍ଲକ ଶିକ୍ଷାଧିକରିଣୀ ସସ୍ମିତା ସାହୁଙ୍କ ସମେତ କାର୍ଯ୍ୟାଳୟରେ ୫ଜଣ କର୍ମଚାରୀ ଅନୁପସ୍ଥିତ ଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ଏନେଇ ମନ୍ତ୍ରୀ ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ।

ସେହିପରି ମନ୍ତ୍ରୀ ବଡ଼ଚଣା ବାଳିକା ବିଦ୍ୟାଳୟକୁ ମଧ୍ୟ ଯାଇଥିଲେ। ସେଠାରେ ମଧ୍ୟ ସମାନ ଦଶା ଦେଖିବାକୁ ମିଲିଥିଲା। ଉକ୍ତ ବିଦ୍ୟାଳୟରେ ୫ଜଣ ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିଲେ। ସେମାନଙ୍କୁ ମନ୍ତ୍ରୀ କାରଣ ଦର୍ଶାଅ ନୋଟିସ ଜାରି କରିବା ପାଇଁ ଯାଜପୁର ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନୁପସ୍ଥିତ ଥିବା ସମସ୍ତ ଶିକ୍ଷୟିତ୍ରୀମାନଙ୍କ ଦରମା ସାମୟିକ ଭାବେ ସ୍ଥଗିତ କରିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories