www.samajalive.in
Sunday, December 7, 2025
23.1 C
Bhubaneswar

ବିଜୁ ଜନତା ଦଳ ଓ ଅଶୋକ ଦାସ ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର

ଯାଜପୁର : ଯାଜପୁର ଲଳିତେଶ୍ୱର ନଗର ଅମ୍ବିକା ମଣ୍ଡପରେ ବିଜୁ ଜନତା ଦଳ ଓ ଅଶୋକ ଦାସ ଫାଉଣ୍ଡେସନ ପକ୍ଷରୁ ସୋମବାର ମିଳିତ ଭାବେ ‘ଜୀବନ ବିନ୍ଦୁ’ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ସାପ୍ତାହିକ ରକ୍ତଦାନ ଶିବିରରେ କୈଳାସ ପାହୀଙ୍କ ନେତୃତ୍ୱରେ ନାଥସାହି ପଞ୍ଚାୟତ ବାସୀ ଅଂଶଗ୍ରହଣ କରି ରକ୍ତଦାନ କରିଥିଲେ। ଏହି ଅବସରରେ ସହକାରୀ ଜିଲାପାଳ କୁଳମଣି ନାୟକ, ପୂର୍ବତନ ପୌରପାଳ ଭଵ ପ୍ରସାଦ ଦାସ, ଯାଜପୁର ବ୍ଲକ ଅଧ୍ୟକ୍ଷ ପ୍ରଦୀପ କୁମାର ନାୟକ, ଜିଲା ପରିଷଦ ସଭ୍ୟ ଗଣେଷ ମହାକୁଡ, ସରପଞ୍ଚ ସ୍ୱର୍ଣ୍ଣଲତା ପରିଡା, ସମାଜସେବୀ ରମଣୀ ରଞ୍ଜନ ରାଉତରାୟଙ୍କ ସମେତ ବହୁ ବିଜେଡି ନେତା ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ରକ୍ତଦାନ ଶିବିରରେ ୫୨ ୟୁନିଟ ରକ୍ତ ସଂଗ୍ରୃହିତ ହୋଇଥିଲା। ଅଶୋକ ଦାସ ଫାଉଣ୍ଡେସନର ଏଭଳି ଉଦ୍ୟମକୁ ସାଧାରଣରେ ପ୍ରଶଂସା କରାଯାଇଛି

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories