www.samajalive.in
Sunday, December 7, 2025
14.1 C
Bhubaneswar

ଯାଜପୁରରେ ଦୋଳ ମହୋତ୍ସବ ଅନୁଷ୍ଠିତ

ଯାଜପୁର: ଯାଜପୁର ଜିଲା ଦଶରଥପୁର ବ୍ଲକ ଅନ୍ତର୍ଗତ ବନପୁରରେ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଲମ୍ବୋଦର ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଯାଦବ ମହାସଂଘର ଅନୁସନ୍ଧାନ ଏବଂ ବିକାଶ ଅଧିକାରୀ ଅର୍ଜୁନ ମହାକୁଡ଼ ଏବଂ ଅନ୍ୟତମ ଅତିଥି ଭାବେ ମହାସଂଘର ଜିଲ୍ଲା ସଭାପତି ରବିନ୍ଦ୍ର ବେହେରା ଯୋଗ ଦେଇ ହୋଲି ମହୋତ୍ସବର ଇତିହାସ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଗ୍ରାମର କୁନିକୁନି ପିଲାମାନେ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ । ଆଖପାଖ ଅଞ୍ଚଳର ଗ୍ରାମବାସୀ ଏଥିରେ ସାମିଲ ହୋଇ ଉତ୍ସବକୁ ଉପଭୋଗ କରିଥିଲେ । ପରିଶେଷରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ବିଗଣେଶ୍ଵର ବେହେରା, ବିଚିତ୍ରାନନ୍ଦ ବେହେରା, ଷ୍ଟାଲିନ ଦାସ ଏବଂ ବନପୁର ହୋଲି କମିଟିର ସମସ୍ତ ସଭ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories