www.samajalive.in
Sunday, December 7, 2025
26.1 C
Bhubaneswar

ହୋମ କ୍ବାରେଣ୍ଟାଇନରେ ଥିବା ଯୁବକଙ୍କର ସନ୍ଦେହଜନକ ମୃତ୍ୟୁ

ଯାଜପୁର: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ଗ୍ରାମରେ ଜଣେ ଯୁବକଙ୍କର  ସନ୍ଦେହଜନକ ମୃତ୍ୟୁ ଘଟିଛି। ଘର ନିକଟସ୍ଥ ବାଡିରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ହେଲେ ଦେଓଦା ଗ୍ରାମର ସୁରେଶ ସାହୁ । ସେ ହୋମ କ୍ବାରେଣ୍ଟାଇନରେ ଥିବା ସମୟରେ ତାଙ୍କର ମୃତ୍ୟୁ ଘଟିବାନେଇ ସନ୍ଦେହ ସୃଷ୍ଟି ହୋଇଛି । ତେବେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଗ୍ରାମବାସୀଙ୍କୁ ଦାୟି କରିବା ସହ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ।

ସୂଚନା ଅନୁଯାୟୀ,  ସୁରେଶ ଚେନ୍ନାଇର ଏକ ହୋଟେଲରେ କାମ କରୁଥିଲେ। କରୋନା ଯୋଗୁ ସେ ଗତ ମାସ ୧୮ ତାରିଖରେ ଘରକୁ ଫେରିଥିଲେ । ବାହାର ରାଜ୍ୟରୁ ଆସିଥିବା ହେତୁ ୨୦ତାରିଖରେ ତାଙ୍କୁ ହୋମ କ୍ୱାରେଣ୍ଟାଇନରେ ରହିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା ତାଙ୍କର କୌଣସି ଲକ୍ଷଣ ନ ଥିବା ବେଳେ ୧୪ଦିନ ରହିବା ପରେ ଗାଁରେ ବୁଲାବୁଲି କରିଥିଲେ। ଏହାକୁ ନେଇ ସୁରେଶଙ୍କ ପରିବାର ଓ ଗ୍ରାମବାସୀଙ୍କ ମଧ୍ୟରେ  ଅସନ୍ତୋଷ ପ୍ରକାଶ ପାଇଥିଲା । ପୁନର୍ବାର ତାଙ୍କର ଚିକିତ୍ସା କରାଯିବା ସହ ତାଙ୍କୁ ଘରେ ରହିବାକୁ ଡାକ୍ତର ପରାମର୍ଶ ଦେଇଥିଲେ । ତେବେ ଗତକାଲି ରାତିରେ ଘର ନିକଟ ବାଡିରେ ଥିବା ଏକ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଗ୍ରାମବାସୀ ଆଜି ଭୋରରୁ ଦେଖିବାକୁ ପାଇଥିଲେ ।  ତେବେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକେ ଗ୍ରାମବାସୀଙ୍କୁ ଦାୟି କରିବା ସହ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି । ଏପଟେ ସ୍ଥାନୀୟ ସରପଞ୍ଚ ଏଭଳି ଘଟଣାର ପ୍ରକୃତ ତଦନ୍ତ କରାଯାଇ ଉକ୍ତ ପରିବାରକୁ ନ୍ୟାୟ ପ୍ରଦାନ କରିବାକୁ ପ୍ରଶାସନ ନିକଟରେ ନିବେଦନ କରିଛନ୍ତି । ଖବର ପାଇ ଧର୍ମଶାଳା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ମୃତକଙ୍କ ପରିବାରର ଅଭିଯୋଗକ୍ରମେ ପୁଲିସ ଗ୍ରାମର ୪/୫ଜଣ ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା ଜାରି ରଖିଛି ।

- Advertisement -

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories