www.samajalive.in
Sunday, December 7, 2025
23.1 C
Bhubaneswar

ସଂଗଠନକୁ ଆହୁରି ମଜବୁତ କରିବାକୁ ଶପଥ ନେଲେ ଯାଜପୁର ବିଜେଡି କର୍ମକର୍ତ୍ତା

ଯାଜପୁର : ଯାଜପୁର ବିରଜା କଲ୍ୟାଣ ମଣ୍ଡପ ପରିସରରେ ଯାଜପୁର ନିର୍ବାଚନ ମଣ୍ଡଳୀର ବିଜେଡି କାମକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ବିଜେଡି ସଭାପତି ସରୋଜ ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଧାୟକଙ୍କ ପ୍ରତିନିଧି କର୍ଣ୍ଣାଟକେଶରୀ ଦାସ, ଦଶରଥପୁର ବ୍ଲକ ଅଧ୍ୟକ୍ଷା ସୁଜାତା ସାହୁ, ଯାଜପୁର ବ୍ଲକ ଅଧ୍ୟକ୍ଷ ପ୍ରଦୀପ ନାୟକ ପ୍ରମୁଖ ଯୋଗ ଦେଇ ଯାଜପୁର ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀ ବିଜେଡି ସଂଗଠନ ଦାୟିତ୍ୱ ଦେଇଥିବାରୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପଂଚାୟତରୁ ଆସିଥିବା ବିଜେଡି କର୍ମୀ ଓ ନେତା ମାନେ ସଂଗଠନକୁ ଆହୁରି ମଜବୁଦ କରିବା ପାଇଁ ବିଭିନ୍ନ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଯେପରି ଯାଜପୁର ବିଧାୟକଙ୍କୁ ଗୁରତ୍ୱ ଦେଉଛନ୍ତି ସେହିପରି ସଂଗଠନକୁ ଆହୁରି ମଜବୁତ କରିବାକୁ ସମସ୍ତେ ଶପଥ ନେଇଥିଲେ ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories