www.samajalive.in
Saturday, December 6, 2025
14.1 C
Bhubaneswar

ବନ୍ୟା ଆଶଙ୍କା: କ୍ଷେତ୍ର ପରିଦର୍ଶନ କଲେ ଜିଲାପାଳ ଓ ବରିଷ୍ଠ ଅଧିକାରୀ 

ଯାଜପୁର: ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ପ୍ରଶାସନ ପଦକ୍ଷେପ ନେଇଥିବା ବେଳେ ଜିଲାପାଳଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରି ସ୍ଥିତିର ଅନୁଧ୍ୟାନ କରିଚ୍ଥନ୍ତି। ବୁଧବାର ପୂର୍ବାହ୍ନରେ ଜିଲାପାଳ ରଂଜନ କୁମାର ଦାସ ବୈତରଣୀର ବଲ୍ଲଭୀ ଘାଟ ଓ ବଳୀଘାଇ ଅଳକୁ ପରିଦର୍ଶନ କରିଥିଲେ। ସେହିପରି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲାପାଳ(ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ ଓ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ବିଭିନ୍ନ ବ୍ଲକ୍‍ ଅଳ ଗସ୍ତ କରି ପରିସ୍ଥିତିର ସମୀକ୍ଷା କରିଥିଲେ। ପରେ ଏହି ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ବିଡିଓ ଓ ତହସିଲଦାରମାନଙ୍କ ସହ ଆଲୋଚନା କରି ବିବିଧ ପଦକ୍ଷେପ ସଂପର୍କରେ ନିର୍ଦ୍ଦେଶ ଦେଇଥିଲେ।

ଅପରାହ୍ନରେ ଜିଲାପାଳ ରଂଜନ କୁମାର ଦାସ, ଆରକ୍ଷୀ ଅଧିକ୍ଷକ ଚରଣ ସିଂ ମିନା, ଆଇ.ଏ.ଏସ୍. ପ୍ରୋବେସନର ସଚିନ ପାୱାର, ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଦଶରଥପୁର ବି.ଡି.ଓ. ନାରାୟଣ ଚନ୍ଦ୍ର ନାୟକ, ତହସିଲଦାର ସୈାଭାଗ୍ୟ ବେହେରା, ଜଳ ସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଧନେଶ୍ୱର ସାମଲ ପ୍ରମୁଖ ଦଶରଥପୁର ବ୍ଲକର ଅହିୟାସ ନିକଟସ୍ଥ ପହ୍ଳାସାହି ଓ ମଲ୍ଳିକାପୁର ନିକଟସ୍ଥ କମଳପୁର ବନ୍ୟାଳ ପରିଦର୍ଶନ କରିଥିଲେ। ଖାଲୁଆ ଅଳରେ ରହିଥିବା ଲୋକ ମାନଙ୍କୁ ନିରାପଦ ଆଶ୍ରୟ ସ୍ଥଳକୁ ସ୍ଥାନାନ୍ତର କରିବାକୁ ଜିଲାପାଳ ବ୍ଲକ ଓ ତହସିଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ବ୍ଳକ ଓ ତହସିଲ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକମାନଙ୍କୁ ସତର୍କ କରାଯାଇଚ୍ଥି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories