www.samajalive.in
Wednesday, December 10, 2025
26.1 C
Bhubaneswar

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

ଯାଜପୁର: ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଆଜି ଜିଲ୍ଲା ସ୍ତରୀୟ ପ୍ରେସ୍ ଦିବସ ପାଳିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜିଲ୍ଲାପାଳ ଗଣତନ୍ତ୍ରରେ ଗଣମାଧ୍ୟମର ଭୂମିକା ସର୍ବଦା ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହ ଗଣମାଧ୍ୟମ ଓ ପ୍ରଶାସନ ମଧ୍ୟରେ ସୁ-ସମନ୍ୱୟ ରହିଲେ ସାଧାରଣ ଜନତାଙ୍କର ମୈାଳିକ ଆବଶ୍ୟକତା ପୂରଣ ହୋଇପାରିବ ବୋଲି ଶ୍ରୀ ରାଠୋର ମତବ୍ୟକ୍ତ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ ଉକ୍ତ ଆଲୋଚନା ଚକ୍ରରେ ଅଧ୍ୟକ୍ଷତା କରିଥିଲେ।

ଏଥିରେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଯାଜପୁର ପ୍ରେସ୍ କ୍ଳବ ସଭାପତି ରାଜୀବ କୁମାର ମହାନ୍ତି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଗଣମାଧ୍ୟମ ପ୍ରତିନିଧି ଜୟନ୍ତ କୁମାର ଗୋସ୍ୱାମୀ, ଆଦିତ୍ୟ ମେକାପ୍, ଆନନ୍ଦ ଚନ୍ଦ୍ର ସାହୁ, କୈଳାସ ଚନ୍ଦ୍ର ନାୟକ, ଅଜୟ ରାଉଳ, ପରମେଶ୍ୱର ବେହୁରିଆ, ସମର ବିଜୟ ସରଣ, ଅଜୟ କୁମାର ରଣା, ଦିଲିପ କୁମାର ଦାସ ଓ ତପନ କୁମାର ମହାରଣ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories