www.samajalive.in
Friday, December 12, 2025
26.1 C
Bhubaneswar

ଯାଜପୁରରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର : ଯାଜପୁର ଜିଲା ପରିଷଦ ସମ୍ମିଳନୀ କକ୍ଷଠାରେ ସୋମବାର ପୂର୍ବାହ୍ନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଭିଯୋଗ ଶୁଣାଣିରେ ଅଧ୍ୟକ୍ଷତା କରି ଜିଲାର ସମସ୍ତ ଅଧିକାରୀମାନେ ସହୃଦୟତାର ସହ ଅଭିଯୋଗଗୁଡିକର ସମାଧାନ ଦିଗରେ ଜନ ଶୁଣାଣି ଶିବିର ଏକ ପ୍ରକୃଷ୍ଟ ମାଧ୍ୟମ ବୋଲି କହିଛନ୍ତି। ଆଜିର ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଭିନୀତ ଅଗ୍ରୱାଲା, ଅତିରିକ୍ତ ଜିଲାପାଳ ଦୁଖବନ୍ଧୁ ନାୟକ, ଅତିରିକ୍ତ ଜିଲାପାଳ(ରାଜସ୍ୱ) ଡଃ ଦିବ୍ୟଲୋଚନ ମହାନ୍ତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଅଶୋକ କୁମାର ବେଉରିଆ, ବିଡିଓ ଯାଜପୁର ସୌରଭ ଚକ୍ରବର୍ତ୍ତୀ, ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ଅତିରିକ୍ତ ତହସିଲଦାର ପ୍ରଗତିକା ବଳ, ମଞ୍ଚାସୀନ ଥିଲେ। ଏତଦ୍‌ ବ୍ୟତୀତ ଡେପୁଟି କଲେକ୍ଟର(ଅଭିଯୋଗ) ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର, ଜିଲା ସମାଜ ସୁରକ୍ଷା ଅଧିକାରୀ ରବିନ୍ଦ୍ର ନାଥ ବେହେରା, ଜିଲା ମଙ୍ଗଳ ଅଧିକାରୀ ଶରତ ଚନ୍ଦ୍ର ବେହେରା, ଜିଲା ଶିକ୍ଷା ଅଧକାରୀ ରଂଜନ କୁମାର ଗିରି, ମୁଖ୍ୟ ଜିଲା କୃଷି ଅଧିକାରୀ ୟୁ.କେ. ତ୍ରିପାଠୀ, ଜିଲା ମୁଖ୍ୟ ପଶୁ ଚିକିତ୍ସାଧିକାରୀ ଡା. ଗଗନ ଚରଣ ନାୟକ, ଅବକାରୀ ଅଧିକ୍ଷକ ଅମରେନ୍ଦ୍ର କୁମାର ଜେନା, ଜିଲା ମତ୍ସ୍ୟ ଅଧିକାରୀ ପ୍ରମୋଦ କୁମାର ରାଉତ, ଜିଲା ବେସାମରିକ ଯୋଗାଣ ଅଧିକାରୀ ସେକ୍ ସଲାଉଦ୍ଦିନ ଖାଁ ପ୍ରମୁଖ ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ ।

ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୧୪୫ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୨୪ ଗୋଟି ବ୍ୟକ୍ତିଗତ ଏବଂ ୦୫ ଗୋଟି ସମୂହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୨୪ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୪୪ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ରାଠୋର ୮୯ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରିଥିଲେ । ପଂଜିକୃତ ହୋଇଥିବା ଅଭିଯୋଗ ମଧ୍ୟରୁ ୧୬ ଗୋଟି ଅଭିଯୋଗର ଅଭିଯୋଗକାରୀମାନେ ଅଭିଯୋଗ ସ୍ଥଳରେ ଅନୁପସ୍ଥିତ ଥିଲେ । ଅଭିଯୋଗ ଦରଖାସ୍ତଗୁଡିକ ମଧ୍ୟରେ ଜିଲା ଶିକ୍ଷା ବିଭାଗ, ଜିଲା ସମାଜ ସୁରକ୍ଷା ବିଭାଗ, ଜିଲା ଶିଶୁ ସୁରକ୍ଷା ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ଜିଲା ପୁଲିସ ପ୍ରଶାସନ ବିଭାଗ, ଜିଲା ବେସାମରିକ ଯୋଗାଣ ବିଭାଗ, ବିଜୁଳି ଶକ୍ତି ବିଭାଗ ଆଦି ଅଧିନ ଅଭିଯୋଗଗୁଡ଼ିକ ଆସିଥିଲା ।

- Advertisement -

ପ୍ରକାଶଥାଉ କି, ଜୁନ୍ ମାସ ୧୨ ତାରିଖ ସୋମବାର ବଡ଼ଚଣା ବ୍ଲକ କାର୍ଯ୍ୟାଳୟଠାରେ ହେବାକୁ ଥିବା ଜନ ଶୁଣାଣି ଶିବିର ପୂର୍ବାହ୍ନ ୮ ଘଟିକାଠାରୁ ୧୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେ । ସେହିପରି ୧୯ ତାରିଖ ସୋମବାର ବିଝାରପୁର ବ୍ଲକ କାର୍ଯ୍ୟାଠୟଠାରେ ଏବଂ ୨୬ ତାରିଖ ସୋମବାର ବରୀ ବ୍ଲକ କାର୍ଯ୍ୟାଳୟଠାରେ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ପୂର୍ବାହ୍ନ ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଉକ୍ତ ଅଭିଯୋଗ ଶୁଣାଣି ଶିବିରମାନଙ୍କରେ ଜିଲାର ବରିଷ୍ଠ ପଦାଧିକାରୀ ବୃନ୍ଦ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଏବଂ ସଂପୃକ୍ତ ବ୍ଲକର ବିଡିଓ ଏବଂ ତହସିଲଦାରମାନେ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗଗୁଡିକର ତ୍ୱରିତ ସମାଧାନ ଶୁଣାଣିରେ ଜିଲାପାଳଙ୍କୁ ସହଯୋଗ ପ୍ରଦାନ କରିବେ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories