www.samajalive.in
Friday, November 14, 2025
25.1 C
Bhubaneswar

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌

ସମାଜ ଡିଜିଟାଲ ଡେସ୍କ: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରିଛନ୍ତି ଯାଜପୁର ଜିଲା ସ୍ୱତନ୍ତ୍ର ପୋକ୍ସୋ ଅଦାଲତ। ଏଥିସହ ୧ ହଜାର ଟଙ୍କା ଜରିମାନା କରିଛନ୍ତି। ଅଭିଯୁକ୍ତ ଜଣକ ମଙ୍ଗଳପୁର ଥାନା ଲାଲବାଗ ଗ୍ରାମର ନିର୍ମଳ ମଲ୍ଲିକ(୫୫)।

୨୦୨୧ ମସିହା ସେପ୍ଟେମ୍ବର ୨୦ ତାରିଖରେ ଏହି ଅଞ୍ଚଳର ଜଣେ ନାବାଳିକା ଶୌଚ ପାଇଁ ଯାଇଥିବାବେଳେ ଅଭିଯୁକ୍ତ ନିର୍ମଳ ତାଙ୍କୁ ଉଠାଇ ନେଇ ଦୁଷ୍କର୍ମ କରିଥିଲା। ଏକଥା ପରିବାର ଲୋକଙ୍କୁ କହିଲେ ଜୀବନରୁ ମାରିଦେବାକୁ ପୀଡ଼ିତାଙ୍କୁ ଧମକ ଦେଇଥିଲା। ନାବାଳିକା ଜଣକ ଘରକୁ ଫେରି ଘଟଣା ସମ୍ପର୍କରେ ତାଙ୍କ ମାଆଙ୍କୁ କହିଥିଲେ। ଏନେଇ ତାଙ୍କ ମାଆ ମଙ୍ଗଳପୁର ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ମଙ୍ଗଳପୁର ଥାନା କେସ୍ ନମ୍ବର ୪୫୭/୨୧ ଦଫା ୩୭୬(ଏବି)/୬ ପୋକ୍ସୋ ଆକ୍ଟରେ ମାମଲା ରୁଜୁ ହୋଇଥିଲା। ମଙ୍ଗଳପୁର ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ କରିଥିଲା। ବୁଧବାର ସମସ୍ତ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ସ୍ୱତନ୍ତ୍ର ପୋକ୍ସୋ ବିଚାରପତି ଶରତ କୁମାର ଦେହୁରୀ ଅଭିଯୁକ୍ତ ନିର୍ମଳକୁ ୨୦ ବର୍ଷ କାରାଦଣ୍ଡ ସହ ୧ହଜାର ଟଙ୍କା ଜରିମାନା ଓ ଅନାଦେୟ ୨ ମାସ ଅଧିକ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅପରପକ୍ଷେ ଆଇନସେବା ପ୍ରାଧିକରଣ ପକ୍ଷରୁ ପୀଡ଼ିତାଙ୍କୁ ୭ଲକ୍ଷ ଟଙ୍କା ସହାୟତା ଦେବା ପାଇଁ ନିର୍ଦେଶ ଦେଇଛନ୍ତି।

Hot this week

ରାଘୋପୁରରେ ତେଜସ୍ୱୀ ଯାଦବ ପଛରେ, ଏନଡିଏ ୧୯୨ ଆସନରେ ଆଗୁଆ

ଡେସ୍କ: ଶୁକ୍ରବାର ସକାଳ ୮ଟାରେ ଗୁରୁତ୍ୱପୂର୍ଣ୍ଣ ବିହାର ବିଧାନସଭା ନିର୍ବାଚନ ପାଇଁ...

ବିହାର ଜନାଦେଶ: ୧୯୦ ସିଟରେ ଆଗୁଆ ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

୭ମ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍

ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।...

ବିହାର ଜନାଦେଶ: ଏନଡିଏକୁ ବଡ ସଫଳତା, ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନରେ ମ୍ୟାଜିକ ନମ୍ବର ପାର...

Related Articles

Popular Categories