www.samajalive.in
Saturday, December 6, 2025
26.1 C
Bhubaneswar

ଯୁବତୀଙ୍କ ଉପରେ ମାଡ଼ିଗଲା ଟ୍ରକ

ଯାଜପୁର: ଯାଜପୁର ଜିଲା ସଦର ଥାନା ଅନ୍ତର୍ଗତ କେତକିଆ ଛକ ନିକଟରେ ଶୁକ୍ରବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ‌ ଚଢ଼ିଯିବାରୁ ସକାଳ ବୁଲାରେ ଯାଉଥିବା ଜଣେ ଯୁବତୀଙ୍କର ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଉଛନ୍ତି ବର୍ଷାରାଣୀ ଜେନା।

ସୂଚନା ଅନୁଯାୟୀ, ବର୍ଷାରାଣୀ ବାନ୍ଧବୀମାନଙ୍କ ସହ ସେ ସକାଳ ବୁଲାରେ ଯାଉଥିଲେ। ଏହି ସମୟରେ ‘ଚିପ୍‌ସ୍‌’ ନେଇ ଆସୁଥିବା ‘ଓଆର୍‌-୦୪ଏଚ୍‌-୭୨୭୪’ ନମ୍ବରଧାରୀ ଏକ ଟ୍ରକ୍‌ ପଛପଟୁ ଧକ୍କା ଦେଇ ତାଙ୍କ ଉପରେ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟାଇଥିବା ଟ୍ରକର ଡ୍ରାଇଭର ଓ ହେଲ‌ପର ଦୁର୍ଘଟଣା ସ୍ଥଳରୁ‌ ଫେରାର ହୋଇଯାଇଛନ୍ତି। ଦୁର୍ଘଟଣାସ୍ଥଳରେ ଉତ୍ତେଜିତ ଲୋକେ ରାସ୍ତାରୋକ କରିଛନ୍ତି। ସଦର ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିବା ଜଣାପଡ଼ିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories