www.samajalive.in
Monday, December 15, 2025
15.1 C
Bhubaneswar

ଅଂଶୁଘାତର ମୁକାବିଲା ପାଇଁ ସଚେତନତା ଜରୁରୀ: ଜିଲାପାଳ

ଯାଜପୁର :ଗ୍ରୀଷ୍ମ ଋତୁରେ ଅଂଶୁଘାତ ଓ ପ୍ରଚଣ୍ଡ ରୌଦ୍ରତାପର ମୁକାବିଲା ଏକ ସାମୁହିକ ଦାୟିତ୍ୱ। ବ୍ୟାପକ ଜନ ସଚେତନତା ଓ ବିଭିନ୍ନ ବିଭାଗର ଏହାର ମୁକାବିଲାରେ ସହାୟକ ହେବ। ଗ୍ରୀଷ୍ମ ଋତୁରେ ଅଂଶଘାତର ମୁକାବିଲା ପାଇଁ ବ୍ୟାପକ ଜନସଚେତନତା ଜରୁରୀ ବୋଲି ଜିଲାପାଳ ଚକ୍ରବର୍ତ୍ତି ସିଂହ ରାଠୋର ମତବ୍ୟକ୍ତ କରିଛନ୍ତି। ଶୁକ୍ରବାର ଜିଲା ସମ୍ମିଳନୀ କକ୍ଷ ଠାରେ ଭିଡିଓ କନପଂରେନ୍ସିଂ ମାଧ୍ୟମରେ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ରୌଦ୍ରତାପ, ଅଂଶୁଘାତ, ଜଳ ଓ ବିଜୁଳି କଷ୍ଟ ନିବାରଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲାପାଳ ଶ୍ରୀ ରାଠୋର ଲୋକ ମାନଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନ ଓ କାର୍ୟ୍ୟାଳୟ ମାନଙ୍କରେ ଅଂଶୁଘାତ ସଚେତନତା ସମ୍ପର୍କିତ ବ୍ୟାନର, ହୋଡିଂ, ପୋଷ୍ଟର ଇତ୍ୟାଦି ଲଗାଯିବା, ସାମାଜିକ ଗଣମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବା, ଲୋକମାନେ ଟାଣ ଖରାରେ ଅତି ଆବଶ୍ୟକ ନହେଲେ ବାହାରକୁ ନ ବାହାରିବା, ବାହାରକୁ ଯାଉଥିଲେ ପାଣି ବୋତଲ, ଛତା, ଜୋତା, କଳା ଚଷମା ଇତ୍ୟାଦି ବ୍ୟବହାର କରିବା ସଂପର୍କରେ ସଚେତନ କରାଇବାକୁ ପରାମର୍ଶ ଦେଇଥିଲେ। ଜଳଛତ୍ରମାନଙ୍କରେ ରଖାଯାଇଥିବା ପାଣିକୁ ବିଶୁଦ୍ଧ ଭାବେ ରଖିବା ପାଇଁ ପରାମର୍ଶ ଦେବା ସହ ଜନ ଗହଳିପୂର୍ଣ୍ଣ ସ୍ଥାନ ମାନଙ୍କରେ ଧଳା ରଙ୍ଗର ସିଣ୍ଟେକ୍ସ ଟ୍ୟାଙ୍କ ମାଧ୍ୟମରେ ଟ୍ୟାପ ଲଗାଇ ରଖିବାକୁ ପରାମର୍ଶ ଦେଇଥିଲେ। ପ୍ରକଳ୍ପ ନିର୍ଦେଶକ ବିଶାଲ ସିଂହ ପାନୀୟ ଜଳର ଉତ୍ସ ଗୁଡିକୁ ମରାମତି ସହ ଯେମିତି ଜଳ ସମସ୍ୟା ନ ରହିବ ସେଥିପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲାପାଳ (ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ ଯେଉଁ ବିଭାଗକୁ ଯେଉଁ ଦାୟିତ୍ୱ ଦିଆଯାଉଚ୍ଥି ତାହାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପନ୍ନ କରି ଲୋକଙ୍କୁ ସେବା ଯୋଗାଇବାକୁ ମତ ଦେଇଥିଲେ ।


ଗ୍ରାମ୍ୟ ଜଳ ଯୋଗାଣ ବିଭାଗ, ବ୍ଲକ ପ୍ରଶାସନ, ଜନସ୍ୱାସ୍ଥ୍ୟ ବିଭାଗ ଓ ପୌର ପ୍ରଶାସନ ପାନୀୟ ଜଳ ଯୋଗାଣ ପାଇଁ ତତ୍ପର ହେବା ସହ ଅଚଳ ନଳକୂପ ଓ ପାଇପ୍ ଲାଇନ୍ ଗୁଡିକୁ ଯୁଦ୍ଧକାଳୀନ ଭିିତ୍ତିରେ ମରାମତି କରିବା, ଅଧିକ ସଂଖ୍ୟକ ଟ୍ୟାଙ୍କର ଯୋଗାଡ କରି ରଖିବା ସହ ଜଳ ସମସ୍ୟା ସମ୍ପର୍କିତ ଅଭିଯୋଗ ପୁସ୍ତିକାକୁ ପଞ୍ଚାୟତ ଓ ବ୍ଲକ ସ୍ତରରେ ଉପଲବ୍ଧ କରାଇ ନିୟମିତ ଭାବେ ଯା କରି ପଦକ୍ଷେପ ନେବା, ବିଭିନ୍ନ ଜନଗହଳି ସ୍ଥାନ ମାନଙ୍କରେ ବିଗତ ବର୍ଷ ମାନଙ୍କ ଭଳି ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା, ଜିଲା ଜରୁରୀ ବିଭାଗ ତରପଂରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା, ବ୍ଲକ ତହସିଲ ଓ ଅନ୍ୟାନ୍ୟ ଲାଇନ୍ ଡିପାର୍ଟମେଣ୍ଟ ମାନେ ଅନୁରୂପ ଭାବେ ନିୟନ୍ତ୍ରଣ କକ୍ଷ ଖୋଲିବା. ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପର୍ୟ୍ୟାପ୍ତ ପରିମାଣରେ ଓଆର୍‌ଏସ୍ ପ୍ୟାକେଟ୍ ସହ ଅଂଶୁଘାତ ଚିକିତ୍ସା କକ୍ଷ ବ୍ୟବସ୍ଥା କରିବା, ବରଫ, ଏସି ରୁମ୍, କୁଲର ବ୍ୟବସ୍ଥା ଇତ୍ୟାଦି କରିବା, ପ୍ରାଣୀ ଚିକିତ୍ସା ବିଭାଗ ପକ୍ଷରୁ ପଶୁ ମାନଙ୍କ ପାଇଁ ଜଳ କୁଣ୍ଡର ବ୍ୟବସ୍ଥା କରିବା, ଶ୍ରମିକମାନେ ଦିନ ୧୧ ଟାରୁ ଅପରାହ୍ନ ୩ ଘଟିକା ପର୍ୟ୍ୟନ୍ତ କାର୍ଯ୍ୟ ବନ୍ଦ ରଖିବା, କାର୍ୟ୍ୟ କରୁଥିବା ସ୍ଥାନରେ ପାନୀୟ ଜଳ, ଓଆରଏସ୍, ଚ୍ଥାଇ ଇତ୍ୟାଦିର ବ୍ୟବସ୍ଥା କରିବା, ମଧ୍ୟାହ୍ନ ସମୟରେ ବସ୍ ଚଳାଚଳ ବନ୍ଦ ରଖିବା, ବସ୍‌ରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ, ବରଫ ଇତ୍ୟାଦି ବ୍ୟବସ୍ଥା କରିବା, ଶିକ୍ଷାନୁଷ୍ଠାନ ଗୁଡିକ ସରକାରୀ ଘୋଷଣା ଅନୁସାରେ ସକାଳୁଆ କ୍ଳ୍ାସ କରିବା ପାଇଁ ଜିଲାପାଳ ନିର୍ଦେଶ ଦେଇଥିଲେ । ଜିଲ୍ଳ୍ା ଜରୁରୀ ବିଭାଗର ହେଲ୍ପ ଲାଇନ ନମ୍ୱର ୧୦୭୭ ଓ ୦୬୭୨୮୨୨୨୬୪୮କୁ ଉପଯୋଗ କରିବା ପାଇଁ ଜିଲାପାଳ ସଂପୃକ୍ତ ବିଭାଗ ମାନଙ୍କୁ ନିର୍ଦେଶ ଦେଇଥିଲେ । ସେହିପରି ପ୍ରତ୍ୟେକ ବ୍ୟକ୍ତି ବିଶେଷ ନିଜ ଘରର ଛାତ ବା ଖୋଲା ସ୍ଥାନ ମାନଙ୍କରେ ପକ୍ଷୀ ଓ ପଶୁ ମାନଙ୍କ ପାଇଁ ଜଳ ପୂର୍ଣ୍ଣ ପାତ୍ର ରଖିବାକୁ ଅନୁରୋଧ କରାଯାଇଥିଲା। ଶିଳ୍ପ ସଂସ୍ଥା ମାନେ ଏହି ସମୟରେ ବିଭିନ୍ନ ସ୍ଥାନରେ ଜଳ ଯୋଗାଣ ଓ ପାନୀୟ ଜଳ ସେବା କେନ୍ଦ୍ର ଖୋଲିବା ପାଇଁ ଅନୁରୋଧ କରାଯାଇଥିଲା। କୌଣସିଠାରେ ଅଂଶୁଘାତ ମୃତ୍ୟୁର ଅଭିଯୋଗ ଆସିଲେ ତହସିଲଦାର ଓ ସ୍ୱାସ୍ଥ୍ୟ ଅଧିକାରୀ ୪୮ ଘଣ୍ଟା ମଧ୍ୟରେ ଯୁଗ୍ମ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦେଶ ଦିଆଯାଇଥିଲା । ସେହିପରି ଅଂଶୁଘାତର ଅଭିଯୋଗ ଥିବା ଶବକୁ ତୁରନ୍ତ ସଂସ୍କାର ନ କରି ଆଇନ ଅନୁସାରେ ପୋଷ୍ଟମର୍ଟମ, ତଦନ୍ତରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ସଚେତନ କରାଇବାକୁ ଅତିରିକ୍ତ ଜିଲାପାଳ ଶ୍ରୀ ମଲ୍ଲିକ ପରାମର୍ଶ ଦେଇଥିଲେ। ଯାହା ଫଳରେ ସହାୟତା ମିଳିବା ସହଜ ହେବ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ମିହିର ପ୍ରସାଦ ମହାନ୍ତି, ଉପଜିଲାପାଳ ଜ୍ୟୋତି ଶଙ୍କର ମହାପାତ୍ର, ସିଡିଏମ୍ଓ ଡା. ସୁଧାଂଶୁ ଶେଖର ବଳ, ଜିଲା ଜରୁରୀ ଅଧିକାରୀ ଉମେଶ ଲେଙ୍କା, ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ଓ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ସମସ୍ତ ତହସିଲଦାର, ବିଡିଓଙ୍କ ସମେତ ବହୁ ଅଧିକାରୀ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories