www.samajalive.in
Monday, December 8, 2025
27.1 C
Bhubaneswar

ଖରସ୍ରୋତାରେ ଭାସିଯିବା ଘଟଣା, ମିଳିଲା ଆଉ ଜଣଙ୍କ ମୃତଦେହ

ଯାଜପୁର: ଖରୋସ୍ରୋତା ନଦୀରେ ୬ଜଣ ବୁଡ଼ିଯିବା ଘଟଣା । ଆଜି ଆଉ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଅଗ୍ନିଶମ ବାହିନୀ ଦ୍ବାରା ଖୋଜାଖୋଜି କରିବା ପରେ ଆଜି ୪ର୍ଥ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ତିନି ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଆଜିର ମୃତକ ଜଣକଙ୍କୁ ମିଶାଇ ମୃତକଙ୍କ ସଂଖ୍ୟା ୪ରେ ପହଞ୍ଚିଛି । ଏବେ ବି ନଦୀରେ ବୁଡ଼ି ୨ଜଣ ନିଖୋଜ ଅଛନ୍ତି । ସେମାନଙ୍କୁ ଉଦ୍ଧାର କରାଯିବାକୁ ପ୍ରୟାସ କରାଯାଉଛି ।

ସୂଚନା ମୁତାବକ ଗତକାଲି ଯାଜପୁରର ବଡ଼ସୁଆରରେ ଏପରି ଏକ ଅଘଟଣ ଘଟିଥିଲା । ହୋଲି ଖେଳିସାରିବା ପରେ ନଦୀକୁ ଗାଧୋଇବାକୁ ଯାଇଥିଲେ ୬ଜଣ ଯୁବକ । ଗାଧୋଇବା ସମୟରେ ନଦୀର ପ୍ରଖର ସ୍ରୋତରେ ଭାସିଯାଇଥିଲେ । କାଲି ଘଟଣାସ୍ଥଳରୁ ୩ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆଜି ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories