www.samajalive.in
Sunday, December 7, 2025
14.1 C
Bhubaneswar

ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଯାଜପୁର: ସୋମବାର ପୂର୍ବାହ୍ନରେ ଜିଲ୍ଲା ଗ୍ରାମ୍ୟ ଊନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିଥିଲେ ।  ଶିବିରକୁ ଆସୁଥିବା ଅଭିଯୋଗକାରୀଙ୍କର ସମସ୍ୟାର ସମାଧାନ ତ୍ୱରାନ୍ୱିତ ପ୍ରକ୍ରିୟା କରିବାକୁ ପରାମର୍ଶ ଦେଇଥିଲେ ଜିଲ୍ଲାପାଳ । ପ୍ରଶାସନକୁ ଲୋକାଭିମୁଖୀ କରିବା ସହ  ଆଇନର ପରିସରରେ ସାଧାରଣ ଲୋକଙ୍କର ସମସ୍ୟାର ସମାଧାନ ସଂପନ୍ନ କରିବା ହେଉଛି ଅଭିଯୋଗ ଶୁଣାଣି ଶିବିରର ଆଭିମୁଖ୍ୟ ।  ତେଣୁ ପ୍ରତ୍ୟେକ ଦାୟିତ୍ୱର ସହ ଏହାକୁ ନିର୍ବାହ କରିବାକୁ ସେ ନିର୍ଦେଶ ଦେଇଥିଲେ ।  ଆବାସ ଯୋଜନା, ଭା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ,  ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଂଜିକୃତ ହୋଇଥିଲା ।
ଏହି ଶୁଣାଣିରେ  ମୋଟ ୧୯୧ ଗୋଟି ଅଭିଯୋଗ  ମଧ୍ୟରୁ  ୧୮୬ ଗୋଟି ବ୍ୟକ୍ତିଗତ,   ୪୧ ଗୋଟି ରେଡକ୍ରସ ସହାୟତା  ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ୨୭ ଗୋଟି, ସାମୁହିକ ୫ଗୋଟି ଆବେଦନ ପତ୍ର ମିଳିଥିଲା । ସେଥିମଧ୍ୟରୁ ତଥକ୍ଷଣାତ୍‌ ୧୧୦ ଗୋଟି ଆବେଦନର ସମାଧାନ କରାଯାଇଥିଲା ।  ଅବଶିଷ୍ଟ ଅଭିଯୋଗର  ସମାଧାନ  କରିବାକୁ ଅଧିକାରୀ ମାନଙ୍କୁ ନିର୍ଦେଶ ଦିଆଯାଇଥିଲା ।  ଚଳିତ ମାସ ୧୩ ତାରିଖ ସୋମବାର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ଠାରେ ସକାଳ ୮ ଘଟିକା ଠାରୁ ଅପରାହ୍ଣ ୧ ଘଟିକା ପର୍ଯ୍ୟନ୍ତ ଯୁଗ୍ମ ଜନ ଶୁଣାଣି ଚାଲୁରହିବ ।  ସେହିପରି ଜୁନ  ୨୦ ତାରିଖ ସୋମବାର କୋରାଇ ବ୍ଲକ କାର୍ଯ୍ୟାଳୟ  ଏବଂ ୨୭ ତାରିଖ ସୋମବାର ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ଣ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର  ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି ।
ଏହି  ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର. ଅତିରିକ୍ତ ଜିଲ୍ଳାପାଳ (ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅଶୋକ କୁମାର ବେହୁରିଆ, ଏସ୍.ଡି.ପି.ଓ. ସରୋଜ କୁମାର ଉପାଧ୍ୟାୟ, ଯାଜପୁର ବି.ଡି.ଓ. ସୈାରଭ ଚକ୍ରର୍ବୀ, ଜିଲ୍ଲା  ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋମା ପୃଷ୍ଟି ,ନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟଯୋଶୀ, ଅତିରିକ୍ତ ତହସିଲଦାର କ୍ଷୀରୋଦ କୁମାର ଦାସ, ଊପଖଣ୍ଡ  ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଦୁର୍ଯୋଧନ ମଲ୍ଲିକ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories