www.samajalive.in
Sunday, December 7, 2025
18.1 C
Bhubaneswar

ଜିଲାସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ

ଯାଜପୁର : ଆଜି ପଞ୍ଚାୟତିରାଜ ଦିବସ । ଏହି ଅବସରରେ ଯାଜପୁରରେ ଜିଲାସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ସଂସ୍କୃତି ଭବନ ପରିସରରେ ଉଭୟ ଯାଜପୁର ବ୍ଲକ ଓ ଜିଲା ପ୍ରଶାସନର ମିଳିତ ଉଦ୍ୟମରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଏଥିରେ ଯାଜପୁରର ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ, କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ ମିଶ୍ର ପ୍ରମୁଖ ଯୋଗ ଦେଇ ପଞ୍ଚାୟତିରାଜ ଦିବସର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭୂମିକା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ସମଗ୍ର ଶିକ୍ଷା ଅଭିଯାନର ପ୍ରକଳ୍ପ ସଂଯୋଜକ ବିଷ୍ଣୁ ଚରଣ ସୁତାର, ଜିଲା ପଞ୍ଚାୟତ ଅଧିକାରୀ ଅଶୋକ ସେଠି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠି ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଜିଲାରେ ରହିଥିବା ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀ, ଅଙ୍ଗନବାଡି କର୍ମୀମାନେ ଉପସ୍ଥିତ ଥିଲେ ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories