www.samajalive.in
Sunday, December 7, 2025
26.1 C
Bhubaneswar

ନାଳରୁ ଉଦ୍ଧାର ହେଲା ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ଗତ ଦୁଇ ଦିନ ତଳେ ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ନାଳରୁ ଉଦ୍ଧାର ହୋଇଛି। ମୃତ ଛାତ୍ର ଯାଜପୁର ଜିଲା ଧର୍ମଶାଳା ଥାନା ଅଭୟପୁର ଗ୍ରାମର ରୁଦ୍ର ପ୍ରସାଦ ବେହେରା। ଗୁରୁବାର ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ ମଙ୍ଗଳବାରଠୁ ରୁଦ୍ର ନିଖୋଜ ଥିବାବେଳେ ପରିବାର ଲୋକମାନେ ତାଙ୍କୁ ବହୁତ ଖୋଜାଖୋଜି କରି ପାଇନଥିଲେ। ଏନେଇ ପରିବାର ଲୋକ ଧର୍ମଶାଳା ଥାନାରେ ଅଭିଯୋଗ ମଧ୍ୟ କରିଥିଲେ। ଆଜି ସକାଳେ ରୁଦ୍ରଙ୍କ ମୃତଦେହ ନାଳରେ ଭାସୁଥିବା ଦେଖି ସ୍ଥାନୀୟ ଲୋକମାନେ ପୁଲିସକୁ ଖବର ଦେଇଥିଲେ। ପରିବାର ଲୋକ ପହଞ୍ଚି ମୃତଦେହ ଚିହ୍ନଟ କରିଛନ୍ତି। ପୁଲିସ ମୃତଦେହକୁ ଊର୍ଦ୍ଧ୍ବାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories