ଯାଜପୁର: ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟରେ ଉତ୍ତେଜନା ଲାଗି ରହିଛି। କଲେଜର ଜଣେ ଛାତ୍ରୀଙ୍କୁ ସେଠାକାର ଜଣେ ଅଧ୍ୟାପକ ଆଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଛାତ୍ରଛାତ୍ରୀମାନେ ପାଟିତୁଣ୍ଡ କରି ଧାରଣା ଦେଇଛନ୍ତି। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ଆଗରେ ଛାତ୍ରଛାତ୍ରୀଙ୍କ ଗଣ୍ଡଗୋଳ ଓ ପାଟିତୁଣ୍ଡ କରିଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପ୍ରୟାସ ଜାରି ରଖିଥିବା ଜଣାପଡ଼ିଛି।
Popular Categories



