www.samajalive.in
Sunday, December 7, 2025
23.1 C
Bhubaneswar

ବଢୁଛି ଜଳକା ନଦୀର ଜଳସ୍ତର; ବନ୍ୟା ଆଶଙ୍କା

ଅମର୍ଦ୍ଦାରୋଡ଼: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ନଦୀର ମଥାନୀଠାରେ ସକାଳ ୬ଟା ସୁଦ୍ଧା ଜଳସ୍ତର ୫.୯୮ ମିଟର ରହିଥିବାବେଳେ ତାହା କ୍ରମଶଃ ବୃଦ୍ଧି ପାଇ ସକାଳ ୭ଟାରେ ୬.୧୦ମିଟର, ୮ଟାରେ ୬.୧୭ମି., ୯ଟାରେ ୬.୨୨ ମି ଓ ପୂର୍ବାହ୍ଣ ୧୦ଟାରେ ୬.୨୬ ମିଟରରେ ପ୍ରବାହିତ ହେଉଛି। ତେବେ ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଯାହା ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଣୁ ଅନବରତ ବର୍ଷା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଯଦି ବନ୍ୟା ହୁଏ ତାହାଲେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ଟି ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି। ଗତକାଲି ରାସଗୋବିନ୍ଦପୁର ଅଞ୍ଚଳରେ ୮୨ ମିଲିମିଟର, ମୋରୋଡାରେ ୩୦, ୨ ମିଲିମିଟର ଏବଂ ଶୁଳିଆପଦା ଅଞ୍ଚଳରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାଇଛି, ତେବେ ମୟୂରଭଞ୍ଜ, ବାଲେଶ୍ବର ଏବଂ କେନ୍ଦୁଝରକୁ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିଥିବାରୁ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ମାତ୍ର ସତର୍କ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ପୂର୍ବାହ୍ଣ ୧୧ଟା ସୁଦ୍ଧା ବିପଦ ସଙ୍କେତ ତଳେ ଅର୍ଥାତ୍ ୬.୨୯ ମିଟରରେ ପ୍ରବାହିତ ହେଉଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories