www.samajalive.in
Saturday, December 6, 2025
26.1 C
Bhubaneswar

ଫୁଲୁଛି ଜଳକା ନଦୀ: ବିପଦ ସଙ୍କେତ ଟପିଲା ଜଳସ୍ତର

ବାଲେଶ୍ଵର: ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ। ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ଫଳରେ ବନ୍ୟା ଆଶଙ୍କାରେ ନଦୀକୂଳିଆ ଲୋକମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଲେଶ୍ଵର ଜିଲ୍ଲା ବସ୍ତ ବ୍ଲକ ମଥାନୀଠାରେ ସତର୍କ ସଙ୍କେତ ୬.୦୦ ମିଟର ରହିଥିବାବେଳେ ରବିବାର ରାତିଠାରୁ ଜଳକା ନଦୀର ଜଳସ୍ତର ବଢି ୬.୫୧ ମିଟର ସହ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଗତ ଦୁଇ ଦିନ ହେଲା ଜଳକା ନଦୀ ଅବବାହିକା ସମେତ ଉପରମୁଣ୍ଡ ତଥା ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ନଦୀର ଜଳସ୍ତର ବୃଦ୍ଧି ପାଉଛି। ଏଭଳି ବର୍ଷା ଲାଗି ରହିଲେ ବନ୍ୟା ସମ୍ଭାବନାକୁ ଏଡାଇ ଦିଆଯାଇନପାରେ। ଯଦି ବନ୍ୟା ହୁଏ ତାହାଲେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ଟି ପଞ୍ଚାୟତ ପ୍ରଭାବିତ ହେବା ସହ ଚାଷ ବାସ ଉଜୁଡି ଯିବାର ଆଶଙ୍କା ରହିଛି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories