www.samajalive.in
Saturday, December 6, 2025
26.1 C
Bhubaneswar

ଟୋଲ ପ୍ଲାଜାକୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତ ଦଗ୍ଧ

ଜଳେଶ୍ଵର : ଟୋଲପ୍ଲାଜାକୁ ଧକ୍କା ଦେଇ ଜଳିଗଲା କଣ୍ଟେନର। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଶନିବାର ରାତିରେ ଏକ ଚା ବୋଝେଇ କଣ୍ଟେନର ପଶ୍ଚିମବଙ୍ଗରୁ ଓଡିଶା ଅଭିମୁଖେ ଆସୁଥିଲା। ଏତିକି ବେଳେ ଲକ୍ଷ୍ମଣନାଥ ଟୋଲ ପ୍ଲାଜାକୁ ଧକ୍କା ଦେଇ କଣ୍ଟେନରଟି ଜଳିଯାଇଥିଲା। ଫଳରେ କଣ୍ଟେନର ଡ୍ରାଇଭର ଜଣକ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ମାତ୍ର ଅଳ୍ପକେ ବର୍ତ୍ତି ଯାଇଥିଲେ ଟୋଲପ୍ଲାଜା କର୍ମଚାରୀ।  ଏହା ଦେଖି ସ୍ଥାନୀୟ ଲୋକ ତୁରନ୍ତ ପୁଲିସ ଏବଂ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ଖବର ପାଇ ଜଳେଶ୍ଵର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଡ୍ରାଇଭରର ଆଖି ଲାଗି ଯିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories