ଜଳେଶ୍ୱର: ହୋଟେଲରୁ ଯୁବକଙ୍କ ଝୁଳନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ଜଳେଶ୍ୱର ଷ୍ଟେସନ ବଜାରର ଏକ ହୋଟେଲ କବାଟ ଭାଙ୍ଗି ଯୁବକଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ତେବେ ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ସୂଚନା ଦେଇଛି।
Popular Categories



