www.samajalive.in
Saturday, December 6, 2025
19.1 C
Bhubaneswar

ଆତଙ୍କବାଦୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର, ଦୁଇ ଆତଙ୍କବାଦୀ ନିହତ

ଜାମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାର ଚିମାର ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ ଚାଲିଛି । ଏହି ଗୁଳିବିନିମୟରେ ସୁରକ୍ଷା ବାହିନୀ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସମଗ୍ର ଅଞ୍ଚଳକୁ କର୍ଡନ କରାଯାଇଛି ଏବଂ ତଲାସୀ ଅଭିଯାନକୁ ଜୋରଦାର କରାଯାଇଛି।
ସୂଚନାଯୋଗ୍ୟ, ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ଆତଙ୍କବାଦୀଙ୍କ ଥିବା ସମ୍ପର୍କରେ ସୂଚନା ପାଇଥିଲେ। ଯାହା ପରେ ଏହି ଅଞ୍ଚଳରେ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ, ପରେ ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଆରମ୍ଭ ହୋଇଥିଲା। ସେନା ବାହିନୀ ଆଶଙ୍କା କରୁଛି ଯେ ଏହି ଅଞ୍ଚଳରେ ଅଧିକ ଆତଙ୍କବାଦୀ ଥାଇପାରନ୍ତି, ତେଣୁ ଏହି ଅପରେସନ୍ ଅତ୍ୟନ୍ତ ସତର୍କତାର ସହ ଚାଲିଛି।
ସୂଚନାଯୋଗ୍ୟ ଯେ ଗତ ୨୭ରେ ଆତଙ୍କବାଦୀମାନେ ଜାମ୍ମୁ କାଶ୍ମୀରର ଆୱନ୍ତୀପୋରା ହରିପାରିଗାମ ଅଞ୍ଚଳରେ ପୂର୍ବତନ ଏସପିଓ ଫାୟାଜ ଅହମ୍ମଦ, ତାଙ୍କ ପତ୍ନୀ ଏବଂ ଝିଅଙ୍କୁ ଗୁଳି କରି ହତ୍ୟା କରିଥିଲେ। ଘଟଣାସ୍ଥଳରେ ଏସପିଓଙ୍କ ମୃତ୍ୟୁ ଘଟିଥିଲା। ଚିକିତ୍ସା ସମୟରେ ବିଳମ୍ବିତ ରାତିରେ ପତ୍ନୀଙ୍କର ମୃତ୍ୟୁ ହୋଇଥିଲା ଏବଂ ସୋମବାର ସକାଳେ ଝିଅର ମୃତ୍ୟୁ ହୋଇଥିଲା।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories