www.samajalive.in
Monday, December 15, 2025
26.1 C
Bhubaneswar

ଜମ୍ମୁ-କାଶ୍ମୀରରେ ବଡ ଦୁର୍ଘଟଣା; ଓଲଟିଲା ସିଆରପିଏଫ୍‍ ଗାଡି, ୩ଯବାନ ସହିଦ

ସମାଜ ଡିଜିଟାଲ ଡେସ୍କ: ଜମ୍ମୁ-କାଶ୍ମୀରର ଉଧମପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଉଧମପୁର ଜିଲାର କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍‍ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୨ଜଣ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନେଇ ଅତିରିକ୍ତ ଏସପି ସନ୍ଦୀପ ଭଟ୍‍ ସୂଚନା ଦେଇଛନ୍ତି । ଆହତ ଯବାନମାନଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିଥିଲେ ।
ସେପଟେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ୍ସରେ ସୂଚନା ଦେଇ କହିଛନ୍ତି ଯେ କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍‍ ଗାଡି ସହିତ ଘଟିଥିବା ଦୁର୍ଘଟଣା କଥା ଶୁଣି ମୁଁ ମର୍ମାହତ । ଗାଡିରେ ଅନେକ ବୀର ଯବାନମାନେ ଯାତ୍ରା କରୁଥିଲେ । ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଉଦ୍ଧାର ପାଇଁ ଆଗେଇ ଆସିଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ଏବଂ ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories