www.samajalive.in
Saturday, December 6, 2025
23.1 C
Bhubaneswar

ଯବାନଙ୍କ ଗୁଳିରେ ଟଳିପଡିଲେ ଦୁଇ ମାଓବାଦୀ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ବିଜାପୁର ଜିଲ୍ଲାରେ ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଗୁଳି ବିନିମୟରେ ଦୁଇ ଜଣ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ତଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ବିଜାପୁର ଜିଲ୍ଲାର ଉସୁର-ବୁସାଗୁଡା-ପାମେଡ ଅଞ୍ଚଳରେ ମାଓବାଦୀମାନେ କ୍ୟାମ୍ପ କରି ରହିଥିବା ପୁଲିସକୁ ସୂଚନା ମିଳିଥିଲା। ପରେ ଡିଆଜି, ଏସଟିଏଫ୍‌ , କୋବ୍ରା ଏବଂ ସିଆରପିଏଫ୍ ବାଟାଲିୟନର ଯବାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜୋରଦାର କରିଥିଲେ। ମାଓବାଦୀମାନେ ଯବାନ ମାନଙ୍କୁ ଦେଖି ଅତର୍କିତ ଭାବରେ ଗୁଳି ଚାଳନା କରିଥିଲେ। ଯବାନଙ୍କ ପାଲଟା ଗୁଳିରେ ଦୁଇ ଜଣ ମାଓବାଦୀ ଘଟଣାସ୍ଥଳରେ ଟଳିପଡିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories